ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 27
ଅର୍ଥୋଡକ୍ସ ପଞ୍ଜିକା · 14 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 27 ଅକ୍ଟୋବର 2027
ବୁଧବାର · ପେଣ୍ଟିକଷ୍ଟ ପରେ 19ତମ ସପ୍ତାହ · ସ୍ୱର 1
ପର୍ବ ଓ ସନ୍ଥ
Martyrs Nazarius, Gervasius, Protasius and Celsius of Milan (1st C)
ଉପବାସ ଦିନ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
12ହେ ଭାଇମାନେ, ମୋʼ ପ୍ରତି ଯାହା ଯାହା ଘଟିଅଛି, ସେହିସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ; 13ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରାସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କ ନିକଟରେ ପ୍ରକାଶିତ ହେଲା; 14ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନ ଦ୍ୱାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ବରଙ୍କ ବାକ୍ୟ କହିବା ନିମନ୍ତେ ଅତି ଉତ୍ସୁକଭାବେ ସାହସୀ ହୋଇଅଛନ୍ତି। 15କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ, କିନ୍ତୁ ଆଉ କେହି କେହି ସତ୍ ଭାବରେ ତାହା କରୁଅଛନ୍ତି; 16ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି, 17କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ୱାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି। 18ସେଥିରେ ବା କଅଣ? କପଟ ଭାବରେ ହେଉ ବା ସତ୍ୟ ଭାବରେ ହେଉ, ଯେକୌଣସି ପ୍ରକାରେ ଖ୍ରୀଷ୍ଟ ପ୍ରଚାରିତ ହେଉଅଛନ୍ତି, ଏଥିରେ ମୁଁ ଆନନ୍ଦ କରୁଅଛି, ହଁ, ଆନନ୍ଦ କରିବି। 19କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁ ଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ, 20ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି।
ସୁସମାଚାର
22ସେହି ସମୟରେ ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ନୌକାରେ ଚଢ଼ିଲେ, ଆଉ ସେ ସେମାନଙ୍କୁ କହିଲେ, “ଆସ, ହ୍ରଦର ଆରପାରିକୁ ଯିବା।” ସେଥିରେ ସେମାନେ ନୌକା ଫିଟାଇଦେଲେ। 23କିନ୍ତୁ ସେମାନେ ନୌକା ବାହି ଯାଉଥିବା ସମୟରେ ଯୀଶୁ ଶୋଇପଡ଼ିଥିଲେ। ସେତେବେଳେ ହ୍ରଦରେ ତୋଫାନ ହେଲା, ଆଉ ସେମାନଙ୍କ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ଓ ସେମାନେ ବିପଦରେ ପଡ଼ିଲେ। 24ସେଥିରେ ଶିଷ୍ୟମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ହେ ଗୁରୁ, ଆମେ ମଲୁ। ଏଥିରେ ସେ ଉଠି ପବନ ଓ ପ୍ରବଳ ତରଙ୍ଗକୁ ଧମକ ଦେଲେ, ଆଉ ସେହିସବୁ ବନ୍ଦ ହୋଇ ସୁସ୍ଥିର ହେଲା। 25ପୁଣି, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ବିଶ୍ୱାସ କାହିଁ?” କିନ୍ତୁ ସେମାନେ ଭୀତ ଓ ଚକିତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ସେ ବାୟୁ ଓ ଜଳକୁ ସୁଦ୍ଧା ଆଦେଶ ଦିଅନ୍ତେ, ସେମାନେ ତାହାଙ୍କ ଆଜ୍ଞା ମାନନ୍ତି।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 14 ନାଗରିକ ପଞ୍ଜିକାର ଅକ୍ଟୋବର 27। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର