ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 28
ଅର୍ଥୋଡକ୍ସ ପଞ୍ଜିକା · 15 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 28 ଅକ୍ଟୋବର 2027
ଗୁରୁବାର · ପେଣ୍ଟିକଷ୍ଟ ପରେ 19ତମ ସପ୍ତାହ · ସ୍ୱର 1
ପର୍ବ ଓ ସନ୍ଥ
Venerable Euthymios the New, of Thessalonica and Monk of Mt Athos († 889)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
20ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି। 21କାରଣ ମୋʼ ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି, ମୃତ୍ୟୁଭୋଗ ଲାଭଜନକ। 22କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋʼ ପକ୍ଷରେ ଫଳପ୍ରଦ କାର୍ଯ୍ୟ ସାଧନ ହୁଏ, ତେବେ ମୁଁ କଅଣ ପସନ୍ଦ କରିବି, ତାହା ଜାଣେ ନାହିଁ। 23ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର; 24ମାତ୍ର ଶରୀରରେ ରହିବା ତୁମ୍ଭମାନଙ୍କ ନିମନ୍ତେ ଅଧିକ ଆବଶ୍ୟକ। 25ଆଉ ମୁଁ ଦୃଢ଼ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ୱାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭ ସମସ୍ତଙ୍କ ସହିତ ରହିବି, 26ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋʼ ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ। 27ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,
ସୁସମାଚାର
7ଇତିମଧ୍ୟରେ ସାମନ୍ତରାଜା ହେରୋଦ ଏହି ସମସ୍ତ ଘଟଣା ବିଷୟ ଶୁଣି ଅବାକ୍ ହୋଇଗଲେ, କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ; 8ପୁଣି, କେହି କେହି ଏଲୀୟ ଦେଖା ଦେଇଅଛନ୍ତି ବୋଲି ଏବଂ ଅନ୍ୟମାନେ ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି ବୋଲି କହୁଥିଲେ। 9କିନ୍ତୁ ହେରୋଦ କହିଲେ, ଯୋହନଙ୍କ ମସ୍ତକ ଆମ୍ଭେ ତ କାଟିଅଛୁ, ମାତ୍ର ଯାହାଙ୍କ ବିଷୟରେ ଆମ୍ଭେ ଏପ୍ରକାର କଥା ଶୁଣୁଅଛୁ, ଏ କିଏ? ଆଉ ସେ ତାହାଙ୍କୁ ଦେଖିବା ନିମନ୍ତେ ଚେଷ୍ଟା କରୁଥିଲେ। 10ପରେ ପ୍ରେରିତମାନେ ଫେରିଆସି, ଯାହା ଯାହା କରିଥିଲେ, ସେହିସବୁ ତାହାଙ୍କ ନିକଟରେ ବର୍ଣ୍ଣନା କଲେ। ଆଉ ସେ ସେମାନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ବେଥ୍ସାଇଦା ନାମକ ନଗରକୁ ଚାଲିଗଲେ। 11କିନ୍ତୁ ଲୋକସମୂହ ତାହା ଜାଣି ତାହାଙ୍କର ପଛେ ପଛେ ଗଲେ; ପୁଣି, ସେ ସଦୟ ହୋଇ ସେମାନଙ୍କୁ ଗ୍ରହଣ କରି ଈଶ୍ବରଙ୍କ ରାଜ୍ୟ ବିଷୟ ସେମାନଙ୍କୁ କହିବାକୁ ଲାଗିଲେ, ଆଉ ଯେଉଁମାନଙ୍କର ସୁସ୍ଥ ହେବାର ଆବଶ୍ୟକ ଥିଲା, ସେମାନଙ୍କୁ ସୁସ୍ଥ କଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 15 ନାଗରିକ ପଞ୍ଜିକାର ଅକ୍ଟୋବର 28। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର