Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 29

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 29 ଅକ୍ଟୋବର 2027

ଶୁକ୍ରବାର · ସାଧାରଣ କାଳର 30ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 30ତମ ସପ୍ତାହର ଶୁକ୍ରବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଉପବାସ ଓ ପ୍ରାୟଶ୍ଚିତ୍ତ

ପ୍ରାୟଶ୍ଚିତ୍ତର ଦିନ

ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।

ଦିନର ପାଠ

ପ୍ରଥମ ପାଠ

ରୋମୀ 9:1–5

1ମୋହର ହୃଦୟରେ ଯେ ଗଭୀର ଦୁଃଖ ଓ ନିରନ୍ତର ବେଦନା ହେଉଅଛି, 2ଏହା ମୁଁ ଖ୍ରୀଷ୍ଟଙ୍କ ସାକ୍ଷାତରେ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ, ମୋହର ବିବେକ ପବିତ୍ର ଆତ୍ମାଙ୍କ ପ୍ରଭାବରେ ମୋʼ ସହିତ ସାକ୍ଷ୍ୟ ଦେଉଅଛି। 3କାରଣ ଯେଉଁମାନେ ଶାରୀରିକ ଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ୍ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରିପାରନ୍ତି। 4ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ କରାଯାଇଅଛି, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର; 5ପିତୃ-ପୁରୁଷମାନେ ସେମାନଙ୍କର, ଆଉ ଶାରୀରିକ-ଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ବର ଯୁଗେ ଯୁଗେ ଧନ୍ୟ, ଆମେନ୍‍।

ପ୍ରତିଉତ୍ତର ଗୀତ

ଗୀତ 147:12–15, 19–20

12ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସିୟୋନ, ତୁମ୍ଭ ପରମେଶ୍ୱରଙ୍କର ପ୍ରଶଂସା କର; 13କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି। 14ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି। 15ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ। 19ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି ଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି। 20ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ସୁସମାଚାର

ଲୂକ 14:1–6

1ଥରେ ସେ ବିଶ୍ରାମବାର ଦିନରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ। 2ଆଉ ଦେଖ, ତାହାଙ୍କ ସମ୍ମୁଖରେ ଜଣେ ଜଳୋଦର ରୋଗରେ ପୀଡ଼ିତ ଲୋକ ଥିଲେ। 3ସେଥିରେ ଯୀଶୁ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, “ବିଶ୍ରାମବାର ଦିନରେ ସୁସ୍ଥ କରିବା ବିଧିସଙ୍ଗତ କି ନୁହେଁ? କିନ୍ତୁ ସେମାନେ ନୀରବ ରହିଲେ।” 4ପୁଣି, ସେ ତାହାକୁ ଧରି ସୁସ୍ଥ କଲେ ଓ ବିଦାୟ ଦେଲେ। 5ଆଉ, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ମଧ୍ୟରୁ କେହି ଆପଣା ପୁଅ ବା ବଳଦ କୂଅରେ ପଡ଼ିଲେ କଅଣ ତାହାକୁ ବିଶ୍ରାମବାର ଦିନରେ ସେହିକ୍ଷଣି ଉଠାଇବ ନାହିଁ?” 6ଆଉ ସେମାନେ ଏହି ସମସ୍ତ କଥାର କୌଣସି ଉତ୍ତର ଦେଇ ପାରିଲେ ନାହିଁ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର