ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 30
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 30 ଅକ୍ଟୋବର 2027
ଶନିବାର · ସାଧାରଣ କାଳର 30ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 30ତମ ସପ୍ତାହର ଶନିବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ଶନିବାରରେ ଧନ୍ୟା କୁମାରୀ ମରୀୟମଙ୍କ ସ୍ମୃତି ଦିବସ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
1ତେବେ ମୁଁ କହେ, ଈଶ୍ବର କି ଆପଣା ଲୋକମାନଙ୍କୁ ପରିତ୍ୟାଗ କରିଅଛନ୍ତି? ତାହା କେବେ ହେଁ ନ ହେଉ, କାରଣ ମୁଁ ମଧ୍ୟ ଅବ୍ରହାମଙ୍କ ବଂଶଜାତ ବିନ୍ୟାମୀନଙ୍କ ଗୋଷ୍ଠୀର ଜଣେ ଇସ୍ରାଏଲୀୟ ଲୋକ। 2ଈଶ୍ବର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାନ୍ତି; ଏଲୀୟଙ୍କ ବିବରଣରେ ଶାସ୍ତ୍ର କଅଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ବରଙ୍କଠାରେ ନିବେଦନ କରନ୍ତି, 11ତେବେ ମୁଁ ପଚାରେ, କଅଣ ଯିହୁଦୀମାନେ ବିନଷ୍ଟ ହେବା ନିମନ୍ତେ ଝୁଣ୍ଟିଲେ? ତାହା କେବେ ହେଁ ନ ହେଉ, ବରଂ ସେମାନଙ୍କୁ ଉଦ୍ଯୋଗୀ କରିବା ନିମନ୍ତେ ସେମାନଙ୍କ ପତନ ଦ୍ୱାରା ଅଣଯିହୁଦୀମାନଙ୍କ ନିକଟରେ ପରିତ୍ରାଣ ଉପସ୍ଥିତ ହୋଇଅଛି। 12ଯଦି ସେମାନଙ୍କର ପତନ ଜଗତର ଧନ ସ୍ୱରୂପ, ଆଉ ସେମାନଙ୍କର ହ୍ରାସ ଅଣଯିହୁଦୀମାନଙ୍କ ଧନ ସ୍ୱରୂପ ହୋଇଅଛି, ତାହାହେଲେ ସେମାନଙ୍କ ପୂର୍ଣ୍ଣତା ଆହୁରି କେତେ ଅଧିକ ଧନ ସ୍ୱରୂପ ନ ହେବ! 25କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥିନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍, ଯେପର୍ଯ୍ୟନ୍ତ ଅଣଯିହୁଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି; 26ଆଉ, ଏହି ପ୍ରକାରେ ସମସ୍ତ ଇସ୍ରାଏଲ ପରିତ୍ରାଣ ପାଇବେ, ଯେପରି ଲେଖାଅଛି, “ସିୟୋନରୁ ଉଦ୍ଧାରକର୍ତ୍ତା ଆଗମନ କରିବେ, ସେ ଯାକୁବଠାରୁ ଅଧର୍ମ ଦୂର କରିବେ। 27ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ।” 28ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃ-ପୁରୁଷଙ୍କ ସକାଶେ ସେମାନେ ଈଶ୍ବରଙ୍କ ପ୍ରିୟପାତ୍ର। 29କାରଣ, ଈଶ୍ବରଙ୍କ ଦାନସମୂହ ଓ ଆହ୍ୱାନ ଅନ୍ୟଥା ହୁଏ ନାହିଁ।
ପ୍ରତିଉତ୍ତର ଗୀତ
12ହେ ସଦାପ୍ରଭୋ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ, 13ତୁମ୍ଭେ ଯାହାକୁ ଶାସନ କର ଓ ଆପଣା ବ୍ୟବସ୍ଥାରୁ ଶିକ୍ଷା ଦିଅ, ସେ ଲୋକ ଧନ୍ୟ। 14କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ, କିଅବା ଆପଣା ଅଧିକାର ପରିତ୍ୟାଗ କରିବେ ନାହିଁ। 15ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; ପୁଣି, ସରଳାନ୍ତଃକରଣ ଲୋକ ସମସ୍ତେ ତହିଁର ଅନୁଗାମୀ ହେବେ। 17ସଦାପ୍ରଭୁ ମୋହର ସହାୟ ହୋଇ ନ ଥିଲେ ମୋହର ପ୍ରାଣ ଶୀଘ୍ର ନୀରବ ସ୍ଥାନରେ ବାସ କରିଥାʼନ୍ତା। 18“ମୋହର ପାଦ ଖସି ଯାଉଛି” ବୋଲି କହିଲା ବେଳେ, ହେ ସଦାପ୍ରଭୋ, ତୁମ୍ଭର ଦୟା ମୋତେ ଧରି ରଖିଲା।
ସୁସମାଚାର
1ଥରେ ସେ ବିଶ୍ରାମବାର ଦିନରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ। 7ପୁଣି, ନିମନ୍ତ୍ରିତ ଲୋକମାନେ କେମିତି ପ୍ରଧାନ ପ୍ରଧାନ ଆସନ ବାଛୁଥିଲେ, ଏହା ଲକ୍ଷ୍ୟ କରି ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ ଦେଇ କହିଲେ, 8“ଯେତେବେଳେ ତୁମ୍ଭେ କୌଣସି ଲୋକ ଦ୍ୱାରା ବିବାହ ଭୋଜକୁ ନିମନ୍ତ୍ରିତ ହୁଅ, ସେତେବେଳେ ପ୍ରଧାନ ଆସନରେ ବସ ନାହିଁ, କାଳେ ତୁମ୍ଭଠାରୁ ଅଧିକ ମାନ୍ୟଗଣ୍ୟ ବ୍ୟକ୍ତି ତାହାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଥିବେ, 9ଆଉ ଯେ ତୁମ୍ଭକୁ ଓ ତାହାଙ୍କୁ ନିମନ୍ତ୍ରଣ କଲେ, ସେ ଆସି ତୁମ୍ଭକୁ କହିବେ, ‘ଏହାଙ୍କୁ ସ୍ଥାନ ଦିଅ;’ ଆଉ, ସେତେବେଳେ ତୁମ୍ଭେ ଲଜ୍ଜାରେ ନିମ୍ନତମ ସ୍ଥାନ ଗ୍ରହଣ କରିବାକୁ ଯିବ। 10କିନ୍ତୁ ଯେତେବେଳେ ତୁମ୍ଭେ ନିମନ୍ତ୍ରିତ ହୁଅ, ସେତେବେଳେ ଯାଇ ନିମ୍ନତମ ସ୍ଥାନରେ ବସ, ଯେପରି ତୁମ୍ଭର ନିମନ୍ତ୍ରଣକାରୀ ବ୍ୟକ୍ତି ଆସି ତୁମ୍ଭକୁ କହିବେ, ‘ହେ ବନ୍ଧୁ, ଉଚ୍ଚତର ସ୍ଥାନକୁ ଆସ;’ ସେତେବେଳେ ତୁମ୍ଭ ସହିତ ଭୋଜନରେ ବସୁଥିବା ସମସ୍ତ ଲୋକଙ୍କ ଆଗରେ ତୁମ୍ଭର ଗୌରବ ହେବ। 11କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର