ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 30
ଅର୍ଥୋଡକ୍ସ ପଞ୍ଜିକା · 17 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 30 ଅକ୍ଟୋବର 2027
ଶନିବାର · ପେଣ୍ଟିକଷ୍ଟ ପରେ 19ତମ ସପ୍ତାହ · ସ୍ୱର 1
ପର୍ବ ଓ ସନ୍ଥ
Holy Prophet Hosea († 820 BC)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
58ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ। 16:1ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ବନ୍ଧରେ ଯେପରି ମୁଁ ଗାଲାତୀୟ ମଣ୍ଡଳୀ-ସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର। 2ମୁଁ ଗଲେ ଯେପରି ଦାନ ସଂଗ୍ରହ କରିବାକୁ ପଡ଼ିବ ନାହିଁ, ଏଥିନିମନ୍ତେ ସପ୍ତାହର ପ୍ରଥମ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ସୁବିଧା ଅନୁସାରେ ନିଜ ନିଜ ନିକଟରେ କିଛି କିଛି ସଞ୍ଚୟ କରି ରଖ। 3ଆଉ, ମୁଁ ଉପସ୍ଥିତ ହେଲେ ତୁମ୍ଭେମାନେ ଯେଉଁମାନଙ୍କୁ ଯୋଗ୍ୟ ମନେ କରିବ, ମୁଁ ସେମାନଙ୍କୁ ପତ୍ର ଦେଇ ଯିରୂଶାଲମ ସହରକୁ ତୁମ୍ଭମାନଙ୍କ ଦାନ ଘେନିଯିବା ନିମନ୍ତେ ପ୍ରେରଣ କରିବି;
ସୁସମାଚାର
1ଥରେ ବିଶ୍ରାମବାର ଦିନରେ ସେ ଶସ୍ୟକ୍ଷେତ୍ର ଦେଇ ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନେ ଶସ୍ୟର ଶିଁଷା ଛିଣ୍ଡାଇ ଛିଣ୍ଡାଇ ହାତରେ ମଳି ଖାଉଥିଲେ। 2କିନ୍ତୁ ଫାରୂଶୀମାନଙ୍କ ମଧ୍ୟରୁ କେତେକ କହିଲେ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନାହିଁ, ତାହା ତୁମ୍ଭେମାନେ କାହିଁକି କରୁଅଛ? 3ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ ଭୋକିଲା ଥିବା ସମୟରେ ସେ କଅଣ କରିଥିଲେ, ତାହା ସୁଦ୍ଧା କି ତୁମ୍ଭେମାନେ ପଢ଼ି ନାହଁ? 4ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ବିନା ଆଉ କାହାରି ଭୋଜନ କରିବା ବିଧିସଙ୍ଗତ ନୁହେଁ, ତାହା ନେଇ ଖାଇଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ।” 5ଆଉ, ସେ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି।” 6ସେ ଆଉ ଏକ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେଉଥିଲେ; ସେଠାରେ ଜଣେ ଲୋକ ଥିଲା, ତାହାର ଡାହାଣ ହାତ ଶୁଖିଯାଇଥିଲା। 7ଆଉ, ସେ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରନ୍ତି, ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ଭୁଲ୍ ପାଇ ପାରନ୍ତି। 8କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, “ଉଠ, ମଝିରେ ଠିଆ ହୁଅ।” ପୁଣି, ସେ ଉଠି ଠିଆ ହେଲା। 9ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ପଚାରୁଅଛି, ବିଶ୍ରାମବାର ଦିନରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ଜୀବନ ରକ୍ଷା କରିବା ନା ବିନାଶ କରିବା?” 10ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାକୁ କହିଲେ, “ତୁମ୍ଭର ହାତ ବଢ଼ାଅ।” ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି, ଭଲ ହୋଇଗଲା।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 17 ନାଗରିକ ପଞ୍ଜିକାର ଅକ୍ଟୋବର 30। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର