ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 1
ଅର୍ଥୋଡକ୍ସ ପଞ୍ଜିକା · 19 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 1 ନଭେମ୍ବର 2027
ସୋମବାର · ପେଣ୍ଟିକଷ୍ଟ ପରେ 20ତମ ସପ୍ତାହ · ସ୍ୱର 2
ପର୍ବ ଓ ସନ୍ଥ
Holy Righteous John, Wonderworker of Kronstadt and All Russia (ROCOR)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
12ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର, 13କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ବର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି। 14ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର, 15ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ବରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ; 16ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ବନ୍ଧରେ ଖ୍ରୀଷ୍ଟଙ୍କ ପୁନରାଗମନ ଦିନରେ ଦର୍ପ କରିପାରିବି।
ସୁସମାଚାର
18ଥରେ ସେ ଏକାକୀ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, “ମୁଁ କିଏ ବୋଲି ଲୋକସମୂହ କଅଣ କହନ୍ତି?” 19ଏଥିରେ ସେମାନେ ଉତ୍ତର ଦେଲେ, ବାପ୍ତିଜକ ଯୋହନ, କିନ୍ତୁ କେହି କେହି କହନ୍ତି, ଏଲୀୟ, ଆଉ କେହି କେହି କହନ୍ତି, ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି। 20ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” ପିତର ଉତ୍ତର ଦେଲେ, ଆପଣ “ଈଶ୍ବରଙ୍କ ଖ୍ରୀଷ୍ଟ।” 21ସେଥିରେ ସେ ଏହା କାହାକୁ ନ କହିବା ପାଇଁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ, 22“ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତୃତୀୟ ଦିନରେ ପୁନରୁତ୍ଥାନ ନିଶ୍ଚୟ ହେବ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 19 ନାଗରିକ ପଞ୍ଜିକାର ନଭେମ୍ବର 1। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର