ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 2
ଅର୍ଥୋଡକ୍ସ ପଞ୍ଜିକା · 20 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 2 ନଭେମ୍ବର 2027
ମଙ୍ଗଳବାର · ପେଣ୍ଟିକଷ୍ଟ ପରେ 20ତମ ସପ୍ତାହ · ସ୍ୱର 2
ପର୍ବ ଓ ସନ୍ଥ
Great Martyr Artemius of Antioch († 362)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
16ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ବନ୍ଧରେ ଖ୍ରୀଷ୍ଟଙ୍କ ପୁନରାଗମନ ଦିନରେ ଦର୍ପ କରିପାରିବି। 17ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଏ, ତେବେ ମଧ୍ୟ ମୁଁ ଆନନ୍ଦିତ ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲସିତ। 18ଆଉ, ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆନନ୍ଦ କର ଓ ମୋʼ ସହିତ ଉଲ୍ଲାସ କର। 19କିନ୍ତୁ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇବି ବୋଲି ପ୍ରଭୁ ଯୀଶୁଙ୍କଠାରେ ଭରସା କରୁଅଛି, ଯେପରି ତୁମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ମୁଁ ମଧ୍ୟ ଉତ୍ସାହିତ ହେବି। 20କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାହାଙ୍କ ବିନା ମୋʼ ନିକଟରେ ଆଉ କେହି ନାହିଁ। 21ଯେଣୁ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ୱାର୍ଥ ଚେଷ୍ଟା କରନ୍ତି। 22ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ। 23ଅତଏବ, ମୋʼ ପ୍ରତି କଅଣ ଘଟିବ, ତାହା ଜାଣିବାମାତ୍ର ତାହାଙ୍କୁ ପଠାଇବି ବୋଲି ଭରସା କରୁଅଛି;
ପତ୍ର (ସନ୍ଥ ଆର୍ଟେମିୟସ୍ଙ୍କ ପାଇଁ)
1ଅତଏବ, ହେ ମୋହର ପୁତ୍ର, ଖ୍ରୀଷ୍ଟ ଯୀଶୁଙ୍କ ପ୍ରଦତ୍ତ ଅନୁଗ୍ରହରେ ବଳବାନ ହୁଅ, 2ଆଉ ଅନେକ ସାକ୍ଷୀମାନଙ୍କ ସାକ୍ଷାତରେ ଯେଉଁ ସବୁ ବାକ୍ୟ ମୋʼଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ୱସ୍ତ ଲୋକମାନଙ୍କ ନିକଟରେ ସେହିସବୁ ଅର୍ପଣ କର। 3ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ଯୋଦ୍ଧା ପରି ମୋ ସହିତ କ୍ଲେଶ ସହ୍ୟ କର। 4କୌଣସି ଲୋକ ସୈନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୈନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରିପାରେ। 5ଆହୁରି ମଧ୍ୟ ଯଦି ଜଣେ ଲୋକ ଖେଳରେ ଭାଗ ନିଏ, ସେ ନିୟମ ଅନୁସାରେ ତାହା ନ କଲେ ମୁକୁଟ ପାଏ ନାହିଁ। 6ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ। 7ମୁଁ ଯାହା କହୁଅଛି, ତାହା ଚିନ୍ତା କର; ପ୍ରଭୁ ସମସ୍ତ ବିଷୟରେ ତୁମ୍ଭକୁ ବୁଦ୍ଧି ଦେବେ। 8ମୋ ଦ୍ୱାରା ପ୍ରଚାରିତ ସୁସମାଚାର ଅନୁସାରେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ଓ ଦାଉଦଙ୍କର ବଂଶଜାତ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କର। 9ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଈଶ୍ବରଙ୍କ ବାକ୍ୟ ଆବଦ୍ଧ ନୁହେଁ। 10ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୈର୍ଯ୍ୟ ଧରି ସହ୍ୟ କରୁଅଛି।
ସୁସମାଚାର
23ସେତେବେଳେ ସେ ସମସ୍ତଙ୍କୁ କହିଲେ, “କେହି ଯେବେ ମୋହର ପଛରେ ଚାଲିବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ। 24କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ। 25ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣାକୁ ବିନାଶ କରେ ବା ହରାଏ, ତେବେ ତାହାର କି ଲାଭ? 26ଯେଣୁ ଯେ କେହି ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜିତ ହୁଏ, ମନୁଷ୍ୟପୁତ୍ର ଯେତେବେଳେ ଆପଣାର ଓ ପିତାଙ୍କର, ପୁଣି, ପବିତ୍ର ଦୂତମାନଙ୍କର ମହିମାରେ ଆସିବେ, ସେତେବେଳେ ସେ ତାହା ବିଷୟରେ ଲଜ୍ଜା ବୋଧ କରିବେ। 27କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ବରଙ୍କ ରାଜ୍ୟ ନ ଦେଖିବା ପର୍ଯ୍ୟନ୍ତ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦନ ପାଇବେ ନାହିଁ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 20 ନାଗରିକ ପଞ୍ଜିକାର ନଭେମ୍ବର 2। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର