ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 3
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 3 ନଭେମ୍ବର 2027
ବୁଧବାର · ସାଧାରଣ କାଳର 31ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 31ତମ ସପ୍ତାହର ବୁଧବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ସନ୍ଥ ମାର୍ଟିନ୍ ଡି ପୋରେସ୍, ସନ୍ନ୍ୟାସୀ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
8ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି। 9କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର। 10ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ।
ପ୍ରତିଉତ୍ତର ଗୀତ
1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ। 2ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ ସରଳ ଲୋକର ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ। 4ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; ସେ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ। 5ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ। 9ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।
ସୁସମାଚାର
25ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ଯାଉଥିଲେ, ଆଉ ସେ ବୁଲିପଡ଼ି ସେମାନଙ୍କୁ କହିଲେ, 26“କେହି ଯେବେ ମୋʼ ପାଖକୁ ଆସି ନିଜର ପିତା, ମାତା, ସ୍ତ୍ରୀ, ସନ୍ତାନ, ଭାଇ ଓ ଭଉଣୀମାନଙ୍କୁ ଏପରିକି ନିଜ ପ୍ରାଣକୁ ସୁଦ୍ଧା ମୋʼଠାରୁ ଅଧିକ ପ୍ରିୟ ମନେ କରେ, ତେବେ ସେ ମୋହର ଶିଷ୍ୟ ହୋଇପାରେ ନାହିଁ। 27ଯେ କେହି ଆପଣା କ୍ରୁଶ ବହନ କରି ମୋହର ଅନୁସରଣ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ। 28କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀ-ଗୃହ ତିଆରି କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ପାଇଁ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ? 29କାଳେ ସେ ମୂଳଦୁଆ ପଥର ବସାଇ ଶେଷ କରି ନ ପାରିଲେ, ଯେତେ ଲୋକ ତାହା ଦେଖିବେ, ସମସ୍ତେ ତାହାକୁ ପରିହାସ କରି କହିବାକୁ ଲାଗିବେ, 30ଏ ଲୋକଟା ତିଆରି କରିବାକୁ ଆରମ୍ଭ କରି ଶେଷ କରିପାରିଲା ନାହିଁ। 31କିମ୍ବା କେଉଁ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ଯାଉଥିବା ସମୟରେ, କୋଡ଼ିଏ ହଜାର ସୈନ୍ୟ ଘେନି ତାହାଙ୍କ ବିରୁଦ୍ଧରେ ଆସୁଥିବା ରାଜାଙ୍କ ସହିତ ଦଶ ହଜାର ସୈନ୍ୟ ନେଇ ଯୁଦ୍ଧ କରିବାକୁ ସକ୍ଷମ କି ନାହିଁ, ତାହା ପ୍ରଥମେ ବସି ବିବେଚନା କରିବେ ନାହିଁ? 32ଯଦି ପାରନ୍ତି ନାହିଁ, ତେବେ ଅନ୍ୟ ରାଜା ଦୂରରେ ଥାଉ ଥାଉ ସେ ଦୂତ ପଠାଇ ସନ୍ଧି ପ୍ରାର୍ଥନା କରନ୍ତି। 33ସେହି ପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେ କେହି ଆପଣାର ସବୁ କିଛି ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ।”
ଆଜିର ସନ୍ଥ
- ସନ୍ଥ ମାର୍ଟିନ୍ ଡି ପୋରେସ୍, ସନ୍ନ୍ୟାସୀ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର