ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 4
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 4 ନଭେମ୍ବର 2027
ଗୁରୁବାର · ସାଧାରଣ କାଳର 31ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 31ତମ ସପ୍ତାହର ଗୁରୁବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
ସନ୍ଥ ଚାର୍ଲସ୍ ବୋରୋମିଓ, ଧର୍ମାଧ୍ୟକ୍ଷ · ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
7କାରଣ ଆମ୍ଭମାନଙ୍କ ମଧ୍ୟରୁ କେହି ଆପଣା ଉଦ୍ଦେଶ୍ୟରେ ବଞ୍ଚେ ନାହିଁ ଏବଂ ଆପଣା ଉଦ୍ଦେଶ୍ୟରେ ମରେ ନାହିଁ। 8ଯେଣୁ, ଯଦି ଆମ୍ଭେମାନେ ବଞ୍ଚୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ବଞ୍ଚୁ, କିମ୍ବା ଯଦି ମରୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ମରୁ। ଅତଏବ, ଯଦି ଆମ୍ଭେମାନେ ବଞ୍ଚୁ କିମ୍ବା ମରୁ, ଆମ୍ଭେମାନେ ପ୍ରଭୁଙ୍କର ଅଟୁ। 9କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ। 10କିନ୍ତୁ ତୁମ୍ଭେ କାହିଁକି ଆପଣା ଭାଇର ବିଚାର କରୁଅଛ? କିମ୍ବା ତୁମ୍ଭେ କାହିଁକି ଆପଣା ଭାଇକୁ ତୁଚ୍ଛ କରୁଅଛ? ଆମ୍ଭେମାନେ ସମସ୍ତେ ତ ଈଶ୍ବରଙ୍କ ବିଚାରାସନ ଛାମୁରେ ଠିଆ ହେବା। 11ଯେଣୁ ଲେଖାଅଛି, “ପ୍ରଭୁ କହନ୍ତି, ‘ଆମ୍ଭେ ଜୀବିତ ଥିବା ପ୍ରମାଣେ,’ ‘ପ୍ରତ୍ୟେକ ଆଣ୍ଠୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ୱା ଈଶ୍ବରଙ୍କ ପ୍ରଶଂସା କରିବ।’” 12ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଈଶ୍ବରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ।
ପ୍ରତିଉତ୍ତର ଗୀତ
1ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି? 4ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି। 13ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥାʼନ୍ତି। 14ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।
ସୁସମାଚାର
1ଆଉ, କରଗ୍ରାହୀ ଓ ପାପୀ ଲୋକ ସମସ୍ତେ ତାହାଙ୍କ ବାକ୍ୟ ଶୁଣିବା ପାଇଁ ତାହାଙ୍କ ପାଖକୁ ଆସୁଥିଲେ। 2ସେଥିରେ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ବଚସା କରୁ କରୁ କହିଲେ, ଏ ଲୋକଟା ପାପୀମାନଙ୍କୁ ଗ୍ରହଣ କରେ ଓ ସେମାନଙ୍କ ସହିତ ଭୋଜନ କରେ! 3ତହିଁରେ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, 4“ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତକୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ? 5ପୁଣି, ପାଇଲେ ସେ ତାହାକୁ ଆନନ୍ଦରେ କାନ୍ଧେଇ ଘରକୁ ଘେନି ଆସେ, 6ପୁଣି, ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ‘ମୋʼ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି।’ 7ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ-ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ।” 8“ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ରୌପ୍ୟ-ମୁଦ୍ରା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯତ୍ନରେ ଖୋଜେ ନାହିଁ? 9ପୁଣି, ତାହା ପାଇଲେ ସେ ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକାଠି କରି କହେ, ‘ମୋ ସାଙ୍ଗରେ ଆନନ୍ଦ କର, ଯେଣୁ ଯେଉଁ ରୌପ୍ୟ-ମୁଦ୍ରାଟି ହଜିଯାଇଥିଲା, ତାହା ପାଇଲି।’ 10ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ବରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ।”
ଆଜିର ସନ୍ଥ
- ସନ୍ଥ ଚାର୍ଲସ୍ ବୋରୋମିଓ, ଧର୍ମାଧ୍ୟକ୍ଷ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର