ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 5
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 5 ନଭେମ୍ବର 2027
ଶୁକ୍ରବାର · ସାଧାରଣ କାଳର 31ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 31ତମ ସପ୍ତାହର ଶୁକ୍ରବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
14ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ଉତ୍ତମତା ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି। 15ତଥାପି ମୋତେ ଈଶ୍ବରଙ୍କ କର୍ତ୍ତୃକ ଦିଆଯାଇଥିବା ଅନୁଗ୍ରହ ହେତୁ ମୁଁ ତୁମ୍ଭମାନଙ୍କୁ ପୁନର୍ବାର ସ୍ମରଣ କରାଇବା ନିମନ୍ତେ କେତେକ ପରିମାଣରେ ଅଧିକ ସାହସ ସହିତ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। 16କାରଣ ଅଣଯିହୁଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ବରଙ୍କ ସୁସମାଚାରର ଯାଜକତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦତ୍ତ ହୋଇଅଛି। 17ଏଣୁ ଈଶ୍ବରଙ୍କ ସେବା ବିଷୟରେ ମୋହର ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରିବାର ଅଛି। 18କାରଣ ଅଣଯିହୁଦୀମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋʼ ଦ୍ୱାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ। 19ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ଦେଶ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି, 20ହଁ, ଯେପରି ମୁଁ ଅନ୍ୟ ଲୋକର ମୂଳଦୁଆ ଉପରେ ନ ଗଢ଼େ, ଏଥିନିମନ୍ତେ ଯେଉଁ ସ୍ଥାନରେ ଖ୍ରୀଷ୍ଟଙ୍କ ନାମ ଉଚ୍ଚାରିତ ହୋଇ ନାହିଁ, ଏପରି ସ୍ଥାନରେ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ଲକ୍ଷ୍ୟ କରି ଆସିଅଛି; 21ଯେପରି ଲେଖାଅଛି, “ଯେଉଁମାନେ ତାହାଙ୍କ ସମ୍ବାଦ ପାଇ ନାହାନ୍ତି, ସେମାନେ ଦେଖିବେ, ଆଉ ଯେଉଁମାନେ ଶୁଣି ନାହାନ୍ତି, ସେମାନେ ବୁଝିବେ।”
ପ୍ରତିଉତ୍ତର ଗୀତ
1ଗୀତ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି। 2ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି। 3ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି। 4ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର; ଉଚ୍ଚଧ୍ୱନି କର, ଆନନ୍ଦଗାନ କର ଓ ପ୍ରଶଂସା ଗାନ କର।
ସୁସମାଚାର
1ଯୀଶୁ ଶିଷ୍ୟମାନଙ୍କୁ ମଧ୍ୟ କହିଲେ, “ଜଣେ ଧନୀ ଲୋକ ଥିଲେ; ତାହାଙ୍କର ଜଣେ ବେବର୍ତ୍ତା ଥିଲେ, ଆଉ ସେ ତାହାଙ୍କର ସମ୍ପତ୍ତି ଅଯଥା ଖର୍ଚ୍ଚ କରିଦେଉଅଛି ବୋଲି ତାହା ବିଷୟରେ ଶୁଣି ସେ ତାହାକୁ ଡାକି କହିଲେ, 2ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ। 3ସେଥିରେ ସେହି ବେବର୍ତ୍ତା ମନେ ମନେ କହିଲା, କଅଣ କରିବି? ମୋହର ପ୍ରଭୁ ତ ମୋʼଠାରୁ ବେବର୍ତ୍ତାପଦ ଛଡ଼ାଇ ନେଉଅଛନ୍ତି। ମାଟି ହାଣିବାକୁ ମୋହର ବଳ ନାହିଁ, ଭିକ ମାଗିବାକୁ ମୋତେ ଲାଜ ଲାଗୁଅଛି। 4ମୁଁ ବେବର୍ତ୍ତାପଦରୁ ବାହାରିବା ପରେ ଲୋକ ଯେପରି ମୋତେ ଆପଣା ଆପଣା ଗୃହରେ ଗ୍ରହଣ କରିବେ, ଏଥିପାଇଁ କଅଣ କରିବି, ତାହା ବୁଝିଲିଣି। 5ପୁଣି, ସେ ଆପଣା ପ୍ରଭୁଙ୍କର ପ୍ରତ୍ୟେକ ଖାତକକୁ ପାଖକୁ ଡାକି ପ୍ରଥମ ଜଣକୁ କହିଲା, ତୁମ୍ଭେ ମୋ ପ୍ରଭୁଙ୍କର କେତେ ଧାର ନେଇଅଛ? ସେ କହିଲା, ଶହେ ମହଣ ତୈଳ। 6ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଶୀଘ୍ର ବସି ପଚାଶ ବୋଲି ଲେଖ। 7ତାହା ପରେ ସେ ଆଉ ଜଣକୁ କହିଲା, ‘ତୁମ୍ଭେ କେତେ ଧାର ନେଇଅଛ?’ ସେ କହିଲା, ‘ଶହେ ଭରଣ ଗହମ।’ ସେ ତାହାକୁ କହିଲା, ‘ତୁମ୍ଭର ରସିଦ ନେଇ ଅଶୀ ବୋଲି ଲେଖ।’ 8ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ; ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର