Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 6

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 6 ନଭେମ୍ବର 2027

ଶନିବାର · ସାଧାରଣ କାଳର 31ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 31ତମ ସପ୍ତାହର ଶନିବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ଶନିବାରରେ ଧନ୍ୟା କୁମାରୀ ମରୀୟମଙ୍କ ସ୍ମୃତି ଦିବସ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ରୋମୀ 16:3–9, 16, 22–27

3“ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ମୋହର ସହକର୍ମୀ ପ୍ରୀସ୍କା ଓ ଆକ୍ୱିଲାଙ୍କୁ ନମସ୍କାର ଜଣାଅ; 4ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ଅଣଯିହୁଦୀମାନଙ୍କ ମଣ୍ଡଳୀ-ସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି; 5ଆଉ ସେମାନଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ। ମୋହର ପ୍ରିୟ ଏପାଇନେତଙ୍କୁ ନମସ୍କାର ଜଣାଅ, ସେ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ଏସିଆର ପ୍ରଥମ ଫଳ ସ୍ୱରୂପ ଅଟନ୍ତି। 6ମରୀୟମଙ୍କୁ ନମସ୍କାର ଜଣାଅ, ସେ ତୁମ୍ଭମାନଙ୍କ ନିମନ୍ତେ ବହୁ ପରିଶ୍ରମ କରିଥିଲେ। 7ମୋହର ସ୍ୱଜାତୀୟ ଓ ସହବନ୍ଦୀ ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର ଜଣାଅ; ସେମାନେ ପ୍ରେରିତମାନଙ୍କ ମଧ୍ୟରେ ବିଖ୍ୟାତ ଓ ମୋହର ପୂର୍ବରେ ସୁଦ୍ଧା ଖ୍ରୀଷ୍ଟଙ୍କ ଆଶ୍ରିତ ହୋଇଅଛନ୍ତି। 8ପ୍ରଭୁଙ୍କଠାରେ ମୋହର ପ୍ରିୟ ଆମ୍ପ୍ଳିୟାତାଙ୍କୁ ନମସ୍କାର ଜଣାଅ। 9ଖ୍ରୀଷ୍ଟଙ୍କ ସେବାରେ ଆମ୍ଭମାନଙ୍କ ସହକର୍ମୀ ଉର୍ବାଣଙ୍କୁ ଓ ମୋହର ପ୍ରିୟ ସ୍ତାଖୁଙ୍କୁ ନମସ୍କାର ଜଣାଅ। 16ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କ ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।” 22ଏହି ପତ୍ର ଲେଖକ ଯେ ମୁଁ ତର୍ତ୍ତୀୟ, ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛି। 23ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। 24[ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍‍।] 25ଯେଉଁ ଈଶ୍ବର ମୋହର ସୁସମାଚାର ଓ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍‍ ଯେଉଁ ନିଗୂଢ଼ତତ୍ତ୍ୱ ଅନାଦିକାଳରୁ ଗୁପ୍ତ ଥିଲା, 26ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଈଶ୍ବରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ମାନବଜାତି ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି, 27ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଈଶ୍ବରଙ୍କ ଗୌରବ ହେଉ। ଆମେନ୍‍।

ପ୍ରତିଉତ୍ତର ଗୀତ

ଗୀତ 145:2–5, 10–11

2ପ୍ରତିଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି; ପୁଣି, ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି। 3ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ। 4ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ। 5ସେମାନେ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ବିଷୟ ପରସ୍ପର ମଧ୍ୟରେ କହିବେ ଓ ମୁଁ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ବିଷୟ ଧ୍ୟାନ କରିବି। 10ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍‍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ; 11ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି ଓ ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି,

ସୁସମାଚାର

ଲୂକ 16:9–15

9ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ। 10ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ। 11ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ? 12ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ? 13କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରିପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାରିବ ନାହିଁ।” 14ଏହିସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। 15ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ବର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ବରଙ୍କ ଦୃଷ୍ଟିରେ ଘୃଣିତ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର