ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 8
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 8 ନଭେମ୍ବର 2027
ସୋମବାର · ସାଧାରଣ କାଳର 32ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 32ତମ ସପ୍ତାହର ସୋମବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
ଏହି ଅନୁବାଦରେ ନାହିଁ
ପ୍ରତିଉତ୍ତର ଗୀତ
1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ। 2ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ। 3ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ, ଆଉ ମୋହର ସକଳ ଗତି ଜାଣୁଅଛ। 4କାରଣ ହେ ସଦାପ୍ରଭୋ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋʼ ଜିହ୍ୱାରେ ନାହିଁ। 5ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋʼ ଉପରେ ଆପଣା ହସ୍ତ ରଖିଅଛ। 6ଏହି ପ୍ରକାର ଜ୍ଞାନ ମୋʼ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋʼ ବୋଧର ଅଗମ୍ୟ। 7ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି? 8ଯଦି ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ। ଯଦି ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ 9ଯଦି ମୁଁ ଅରୁଣର ପକ୍ଷ ଧରେ ଓ ସମୁଦ୍ରର ପ୍ରାନ୍ତସୀମାରେ ବାସ କରେ; 10ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ।
ସୁସମାଚାର
1ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ୱାରା ତାହା ଘଟିବ, ହାୟ, ସେ ଦଣ୍ଡର ପାତ୍ର; 2ଏହି ସାନ ପିଲାମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ପକାଇ ଦିଆଯାଇଥିଲେ ତାହା ପାଇଁ ଭଲ ହୋଇଥାଆନ୍ତା। 3ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ। ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ-ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ। 4ପୁଣି, ଯଦି ସେ ଦିନ ଭିତରେ ସାତ ଥର ତୁମ୍ଭ ବିରୁଦ୍ଧରେ ପାପ କରେ ଓ ସାତ ଥର ତୁମ୍ଭ ନିକଟକୁ ଫେରିଆସି ମୁଁ ମନ-ପରିବର୍ତ୍ତନ କରୁଅଛି ବୋଲି କହେ, ତେବେ ତାହାକୁ କ୍ଷମା କର।” 5ସେଥିରେ ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭମାନଙ୍କର ବିଶ୍ୱାସ ବଢ଼ାଇ ଦିଅନ୍ତୁ। 6ପ୍ରଭୁ କହିଲେ, “ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ତୁତକୋଳି ଗଛକୁ ତୁ ସମୂଳେ ଉପୁଡ଼ାଯାଇ ସମୁଦ୍ରରେ ରୋପିତ ହୁଅ ବୋଲି କହିଲେ, ତାହା ତୁମ୍ଭମାନଙ୍କର ଆଜ୍ଞା ମାନିବ।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର