Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 9

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 9 ନଭେମ୍ବର 2027

ମଙ୍ଗଳବାର · ସାଧାରଣ କାଳର 32ତମ ସପ୍ତାହ

ପର୍ବ ଓ ସନ୍ଥ

ଲାଟେରାନ୍ ବାସିଲିକାର ଉତ୍ସର୍ଗ

ପର୍ବ · ଉପାସନାର ରଙ୍ଗ: ଧଳା

ଦିନର ପାଠ

ପ୍ରଥମ ପାଠ

ଯିହି 47:1–2, 8–9, 12

କିମ୍ବା: ପ୍ର.କରି 3:9–11, 16–17

1ଏଥିଉତ୍ତାରେ ସେ ମୋତେ ଫେରାଇ ଗୃହର ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ-ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ୱ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା। 2ତେବେ ସେ ମୋତେ ଉତ୍ତର ଦ୍ୱାରର ପଥ ଦେଇ ବାହାର କରାଇ ଆଣିଲେ, ଆଉ ବାହାର ପଥ ଦେଇ ବୁଲାଇ ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ବାହାର ଦ୍ୱାରକୁ ନେଇଗଲେ; ଆଉ ଦେଖ, ସେହି ସ୍ଥାନରେ ଦକ୍ଷିଣ ପାର୍ଶ୍ୱରେ ଜଳ ବହୁଥିଲା। 8ତହିଁରେ ସେ ମୋତେ କହିଲେ, “ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ଓ ତାହା ଗଡ଼ି ଆରବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ। 9ପୁଣି, ଏହି ନଦୀସବୁ ଯେସକଳ ସ୍ଥାନ ଦେଇ ବହିବ, ସେସ୍ଥାନସ୍ଥିତ ବହୁସଂଖ୍ୟକ ଜୀବଜନ୍ତୁ ସବୁ ବଞ୍ଚିବେ ଓ ସେହି ସ୍ଥାନରେ ଅପାର ମତ୍ସ୍ୟ ହେବେ; କାରଣ ଏହିସବୁ ଜଳ ସେସ୍ଥାନକୁ ଆସିଅଛି ଓ ସମୁଦ୍ରର ଜଳ ଉତ୍ତମ ହେବ, ଆଉ ଯେକୌଣସି ସ୍ଥାନ ଦେଇ ଏହି ନଦୀ ବହେ, ସେସ୍ଥାନର ସକଳ ହିଁ ସଞ୍ଜୀବିତ ହେବେ। 12ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ସକାଶୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ।”

ପ୍ରତିଉତ୍ତର ଗୀତ

ଗୀତ 46:1–5, 7–8

1ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ; ଅଲ୍‍ମୋତ୍‍ ସ୍ୱରର ଗୀତ। ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ। 2ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ; 3ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଲାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ। [ସେଲା] 4ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ୱରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ର ସ୍ଥାନକୁ ଆନନ୍ଦିତ କରେ। 5ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ। 7ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। 8ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କି ପ୍ରକାର ଉଜାଡ଼ କରିଅଛନ୍ତି!

ସୁସମାଚାର

ଯୋହ 2:13–22

13ସେତେବେଳେ ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଗଲେ। 14ପୁଣି, ସେ ମନ୍ଦିରରେ ଗୋରୁ, ମେଣ୍ଢା ଓ କାପ୍ତା-ବ୍ୟବସାୟୀମାନଙ୍କୁ ଆଉ ମୁଦ୍ରା-ବ୍ୟବସାୟୀମାନଙ୍କୁ ବସିଥିବା ଦେଖି ଦଉଡ଼ିରେ ଗୋଟିଏ କୋରଡ଼ା ବନାଇ ମେଣ୍ଢା ଓ ଗୋରୁ ସହିତ ସମସ୍ତଙ୍କୁ ମନ୍ଦିରରୁ ବାହାର କରିଦେଲେ; 15ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇ ପକାଇଲେ; 16ଆଉ, ସେ କାପ୍ତା-ବ୍ୟବସାୟୀମାନଙ୍କୁ କହିଲେ, “ଏଗୁଡ଼ିକ ଏଠାରୁ ଘେନିଯାଅ, ମୋହର ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ।” 17ତୁମ୍ଭ ଗୃହ ନିମନ୍ତେ ଉଦ୍‌ଯୋଗ ମୋତେ ଗ୍ରାସ କରିବ, ଏହା ଲେଖାଅଛି ବୋଲି ତାହାଙ୍କ ଶିଷ୍ୟମାନଙ୍କର ମନରେ ପଡ଼ିଲା। 18ସେଥିରେ କେତେକ ଯିହୁଦୀ ନେତାମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ? 19ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଏହି ମନ୍ଦିରକୁ ବିନାଶ କର, ଆଉ ତିନି ଦିନ ମଧ୍ୟରେ ମୁଁ ତାହା ତୋଳି ଦେବି।” 20ସେଥିରେ ଯିହୁଦୀମାନେ କହିଲେ, ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ଛୟାଳିଶ ବର୍ଷ ଲାଗିଅଛି; ଆଉ ତୁମ୍ଭେ କଅଣ ତାହାକୁ ତିନି ଦିନରେ ତୋଳି ଦେବ? 21କିନ୍ତୁ ସେ ଆପଣା ଶରୀରରୂପ ମନ୍ଦିର ସମ୍ବନ୍ଧରେ କହୁଥିଲେ। 22ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ; ପୁଣି, ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥିତ ବାକ୍ୟ ବିଶ୍ୱାସ କଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର