ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 10
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 10 ନଭେମ୍ବର 2027
ବୁଧବାର · ସାଧାରଣ କାଳର 32ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 32ତମ ସପ୍ତାହର ବୁଧବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
ସନ୍ଥ ମହାନ ଲିଓ, ପୋପ୍ ଓ ମଣ୍ଡଳୀର ଆଚାର୍ଯ୍ୟ · ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
ଏହି ଅନୁବାଦରେ ନାହିଁ
ପ୍ରତିଉତ୍ତର ଗୀତ
3ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର। 4ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର।” 6ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ ଓ ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ। 7ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ ଜଣେ ଅଧିପତି ତୁଲ୍ୟ ପତିତ ହେବ।”
ସୁସମାଚାର
11ସେ ଯିରୂଶାଲମ ସହରକୁ ଯାତ୍ରା କରିବା ସମୟରେ ଶମିରୋଣ ଓ ଗାଲିଲୀ ମଧ୍ୟ ଦେଇ ଯାଉଥିଲେ। 12ଆଉ ଯୀଶୁ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତେ ଦଶ ଜଣ କୁଷ୍ଠରୋଗୀ ତାହାଙ୍କ ସହିତ ସାକ୍ଷାତ କଲେ; 13ସେମାନେ ଦୂରରେ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ହେ ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ। 14ପୁଣି, ସେ ସେମାନଙ୍କୁ ଦେଖି କହିଲେ, “ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ।” ଆଉ ସେମାନେ ଯାଉ ଯାଉ ଶୁଚି ହେଲେ। 15କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚସ୍ୱରରେ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ଫେରିଆସି, 16ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ। 17ସେଥିରେ ଯୀଶୁ ଉତ୍ତର ଦେଲେ, “ଦଶ ଜଣ କଅଣ ଶୁଚି ହେଲେ ନାହିଁ? 18ତେବେ ଆଉ ନଅ ଜଣ କାହାନ୍ତି? ଈଶ୍ବରଙ୍କୁ ଗୌରବ ଦେବା ନିମନ୍ତେ ଏହି ଅଣଯିହୁଦୀ ଲୋକଟି ଛଡ଼ା କଅଣ ଆଉ କେହି ଫେରିଆସି ନାହିଁ?” 19ପୁଣି, ସେ ତାହାକୁ କହିଲେ, “ଉଠିଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।”
ଆଜିର ସନ୍ଥ
- ସନ୍ଥ ମହାନ ଲିଓ, ପୋପ୍ ଓ ମଣ୍ଡଳୀର ଆଚାର୍ଯ୍ୟ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର