ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 10
ଅର୍ଥୋଡକ୍ସ ପଞ୍ଜିକା · 28 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 10 ନଭେମ୍ବର 2027
ବୁଧବାର · ପେଣ୍ଟିକଷ୍ଟ ପରେ 21ତମ ସପ୍ତାହ · ସ୍ୱର 3
ପର୍ବ ଓ ସନ୍ଥ
Great Martyr Paraskeva (Piatnitsa) of Iconium (3rd C)
ଉପବାସ ଦିନ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
18ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି। 19କାରଣ ଈଶ୍ବରଙ୍କ ସନ୍ତୋଷ ହେଲା ଯେ, ତାହାଙ୍କଠାରେ ସମସ୍ତ ପୂର୍ଣ୍ଣତା ବାସ କରିବ, 20ପୁଣି, ତାହାଙ୍କ କ୍ରୁଶର ରକ୍ତରେ ସେ ଶାନ୍ତି ସ୍ଥାପନ କରି ତାହାଙ୍କ ଦ୍ୱାରା ଆପଣା ସହିତ ସମସ୍ତର ମିଳନ କରନ୍ତି, ହଁ, ତାହାଙ୍କ ଦ୍ୱାରା ପୃଥିବୀ ବା ସ୍ୱର୍ଗରେ ସ୍ଥିତ ସମସ୍ତ ବିଷୟର ମିଳନ କରନ୍ତି। 21ଆଉ, ପୂର୍ବେ ଦୁଷ୍କର୍ମ କରି ତୁମ୍ଭେମାନେ ଈଶ୍ବରଙ୍କଠାରୁ ପୃଥକ ଓ ମନରେ ତାହାଙ୍କର ଶତ୍ରୁ ଥିଲ, 22କିନ୍ତୁ ଏବେ ସେ ତୁମ୍ଭମାନଙ୍କୁ ମଧ୍ୟ ଆପଣା ସାକ୍ଷାତରେ ପବିତ୍ର, ଅନିନ୍ଦନୀୟ ଓ ନିର୍ଦ୍ଦୋଷ କରି ସ୍ଥାପନ କରିବା ନିମନ୍ତେ ଖ୍ରୀଷ୍ଟଙ୍କ ମାଂସମୟ ଶରୀରରେ ମୃତ୍ୟୁ ଦ୍ୱାରା ତୁମ୍ଭମାନଙ୍କୁ ଆପଣା ସହିତ ମିଳିତ କରିଅଛନ୍ତି; 23ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।
ସୁସମାଚାର
9ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇ ଦିଆଯିବ। 10କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଦ୍ୱାର ଫିଟାଇଦିଆଯିବ। 11ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି, ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ? 12କିମ୍ବା ଅଣ୍ଡା ମାଗିଲେ ସେ ତାହାକୁ ବିଛା ଦେବ? 13ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ!”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 28 ନାଗରିକ ପଞ୍ଜିକାର ନଭେମ୍ବର 10। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର