ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 11
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 11 ନଭେମ୍ବର 2027
ଗୁରୁବାର · ସାଧାରଣ କାଳର 32ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 32ତମ ସପ୍ତାହର ଗୁରୁବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
ଟୁର୍ସର ସନ୍ଥ ମାର୍ଟିନ୍, ଧର୍ମାଧ୍ୟକ୍ଷ · ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
ଏହି ଅନୁବାଦରେ ନାହିଁ
ପ୍ରତିଉତ୍ତର ଗୀତ
89ହେ ସଦାପ୍ରଭୋ, ତୁମ୍ଭ ବାକ୍ୟ ଅନନ୍ତକାଳ ନିମନ୍ତେ ସ୍ୱର୍ଗରେ ସଂସ୍ଥାପିତ ଅଛି। 90ତୁମ୍ଭର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ସ୍ଥାୟୀ; ତୁମ୍ଭେ ପୃଥିବୀକୁ ସଂସ୍ଥାପନ କରିଅଛ ଓ ତାହା ସୁସ୍ଥିର ଥାଏ। 91ତୁମ୍ଭ ଶାସନାନୁସାରେ ଅଦ୍ୟାପି ସକଳ ସୁସ୍ଥିର; କାରଣ ସମସ୍ତେ ତୁମ୍ଭର ଦାସ। 130ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ। 135ତୁମ୍ଭ ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର ଓ ତୁମ୍ଭର ବିଧିସବୁ ମୋତେ ଶିଖାଅ। 175ମୋତେ ଜୀବିତ ରଖ, ତହିଁରେ ମୁଁ ତୁମ୍ଭର ପ୍ରଶଂସା କରିବ ଓ ତୁମ୍ଭର ଶାସନସକଳ ମୋହର ସାହାଯ୍ୟ କରୁ।
ସୁସମାଚାର
20ଈଶ୍ବରଙ୍କ ରାଜ୍ୟ କେବେ ଆସୁଅଛି, ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାରୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବରଙ୍କ ରାଜ୍ୟ ଦୃଶ୍ୟ ଭାବରେ ଆସେ ନାହିଁ; 21କିମ୍ବା ଦେଖ, ଏଠାରେ ବା ସେଠାରେ ବୋଲି ଲୋକ କହିବେ ନାହିଁ; କାରଣ ଦେଖ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ମଧ୍ୟରେ ଅଛି।” 22କିନ୍ତୁ ସେ ଶିଷ୍ୟମାନଙ୍କୁ କହିଲେ, “ଏପରି ସମୟ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କର ଦିନଗୁଡ଼ିକ ମଧ୍ୟରୁ ଗୋଟିଏ ଦିନ ଦେଖିବାକୁ ଇଚ୍ଛା କରିବ, କିନ୍ତୁ ଦେଖିବ ନାହିଁ। 23ଦେଖ, ଏଠାରେ ବା ସେଠାରେ ଲୋକେ ତୁମ୍ଭମାନଙ୍କୁ କହିବେ; କିନ୍ତୁ ତୁମ୍ଭେମାନେ ଯାଅ ନାହିଁ କିମ୍ବା ସେମାନଙ୍କର ଅନୁସରଣ କର ନାହିଁ। 24କାରଣ ବିଜୁଳି ମାରି ଯେପରି ଆକାଶରୁ ଗୋଟିଏ ପାଖରୁ ଆରପାଖ ପର୍ଯ୍ୟନ୍ତ ଆଲୁଅ ଦିଏ, ମନୁଷ୍ୟପୁତ୍ର ଆପଣା ଦିନରେ ସେହିପରି ହେବେ। 25ଅବଶ୍ୟ ଅନେକ ଦୁଃଖଭୋଗ କରିବାକୁ ହେବ ଓ ଏହି ବର୍ତ୍ତମାନ ପୁରୁଷ ଦ୍ୱାରା ଅଗ୍ରାହ୍ୟ ହେବାକୁ ହେବ।
ଆଜିର ସନ୍ଥ
- ଟୁର୍ସର ସନ୍ଥ ମାର୍ଟିନ୍, ଧର୍ମାଧ୍ୟକ୍ଷ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର