Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 11

ଅର୍ଥୋଡକ୍ସ ପଞ୍ଜିକା · 29 ଅକ୍ଟୋବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 11 ନଭେମ୍ବର 2027

ଗୁରୁବାର · ପେଣ୍ଟିକଷ୍ଟ ପରେ 21ତମ ସପ୍ତାହ · ସ୍ୱର 3

ପର୍ବ ଓ ସନ୍ଥ

Martyr Anastasia the Roman (3rd C)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

କଲ 1:24–29

24ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି; 25ଈଶ୍ବର ମୋତେ ଯେଉଁ ଭଣ୍ଡାରଘରିଆ ପଦ ତୁମ୍ଭମାନଙ୍କ ନିମନ୍ତେ ଦେଇଅଛନ୍ତି, ତଦନୁସାରେ ମୁଁ ସେହି ମଣ୍ଡଳୀର ଜଣେ ସେବକ ହୋଇଅଛି, ଯେପରି ମୁଁ ଈଶ୍ବରଙ୍କ ବାକ୍ୟ ସମ୍ପୂର୍ଣ୍ଣ ରୂପେ ପ୍ରଚାର କରେ। 26ସେହି ନିଗୂଢ଼ତତ୍ତ୍ୱ ପ୍ରାଚୀନକାଳ ଓ ପୂର୍ବପୁରୁଷମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି। 27ଅଣଯିହୁଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କଅଣ, ତାହା ଈଶ୍ବର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ; 28ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରିପାରୁ; 29ଏହି ଉଦ୍ଦେଶ୍ୟରେ ମଧ୍ୟ ତାହାଙ୍କର ଯେଉଁ କାର୍ଯ୍ୟସାଧକ ଶକ୍ତି ମୋʼ ଠାରେ ସବଳେ କାର୍ଯ୍ୟ ସାଧନ କରୁଅଛି, ତଦନୁସାରେ ମୁଁ ପ୍ରାଣପଣରେ ପରିଶ୍ରମ କରୁଅଛି।

ସୁସମାଚାର

ଲୂକ 11:14–23

14ଥରେ ସେ ଗୋଟିଏ ଭୂତ ଛଡ଼ାଉଥିଲେ, ସେହି ଭୂତଟା ଘୁଙ୍ଗା। ଭୂତ ବାହାରିଗଲା ପରେ ଘୁଙ୍ଗା ଲୋକଟି କଥା କହିଲା; ସେଥିରେ ଲୋକସମୂହ ଚକିତ ହେଲେ। 15କିନ୍ତୁ ସେମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଭୂତପତି ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତ ଛଡ଼ାଏ। 16ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଏକ ଚିହ୍ନ ମାଗିଲେ। 17କିନ୍ତୁ ସେ ସେମାନଙ୍କ ମନର ଭାବ ଜାଣି ସେମାନଙ୍କୁ କହିଲେ, “ଯେକୌଣସି ରାଜ୍ୟ ଭାଗ ଭାଗ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ଉତ୍ସନ୍ନ ହୋଇ ଯାଏ, ପୁଣି, ଗୃହ ଗୃହ ଉପରେ ପଡ଼େ। 18ଆଉ ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ନିଜ ବିରୁଦ୍ଧରେ ଉଠେ, ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ? ମୁଁ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ ତ କହୁଅଛ। 19କିନ୍ତୁ ମୁଁ ଯେବେ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତୁମ୍ଭମାନଙ୍କ ପୁତ୍ରମାନେ କାହା ସାହାଯ୍ୟରେ ସେମାନଙ୍କୁ ଛଡ଼ାନ୍ତି? ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ। 20କିନ୍ତୁ ମୁଁ ଯଦି ଈଶ୍ବରଙ୍କ ପରାକ୍ରମ ଦ୍ୱାରା ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି। 21ବଳବାନ ଲୋକ ଯେପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ରରେ ସୁସଜ୍ଜିତ ହୋଇ ଆପଣା ଗଡ଼ ରକ୍ଷା କରେ, ସେପର୍ଯ୍ୟନ୍ତ ତାହାର ସମ୍ପତ୍ତି ନିରାପଦରେ ଥାଏ; 22କିନ୍ତୁ ଯେତେବେଳେ ତାହାଠାରୁ ଅଧିକ ବଳବାନ ଲୋକ ତାହାକୁ ଆକ୍ରମଣ କରି ଜୟ କରେ, ସେତେବେଳେ ଯେଉଁ ଅସ୍ତ୍ର ଉପରେ ତାହାର ଭରସା ଥିଲା, ସେହିସବୁ ସେ ଛଡ଼ାଇ ନିଏ, ପୁଣି, ତାହାର ଲୁଟ କରିଥିବା ଧନସମ୍ପତ୍ତି ବାଣ୍ଟିନିଏ। 23ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ; ପୁଣି, ଯେ ମୋʼ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 29 ନାଗରିକ ପଞ୍ଜିକାର ନଭେମ୍ବର 11। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର