ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 12
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 12 ନଭେମ୍ବର 2027
ଶୁକ୍ରବାର · ସାଧାରଣ କାଳର 32ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 32ତମ ସପ୍ତାହର ଶୁକ୍ରବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ନାଲି
ସନ୍ଥ ଜୋସାଫାଟ୍, ଧର୍ମାଧ୍ୟକ୍ଷ ଓ ଶହୀଦ · ସ୍ମୃତି ଦିବସ
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
ଏହି ଅନୁବାଦରେ ନାହିଁ
ପ୍ରତିଉତ୍ତର ଗୀତ
1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଆକାଶମଣ୍ଡଳ ପରମେଶ୍ୱରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ। 2ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ। 3କୌଣସି ବାକ୍ୟ କି ଭାଷା ନ ଥାଏ; ସେମାନଙ୍କ ରବ ଶୁଣାଯାଇ ନ ପାରେ। 4ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,
ସୁସମାଚାର
26ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ; 27ଜାହାଜରେ ନୋହଙ୍କ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକମାନେ ଭୋଜନପାନ ଓ ବିବାହ କରିବା ଓ ବିବାହ ହେବାରେ ବ୍ୟସ୍ତ ଥିଲେ, ପୁଣି, ଜଳପ୍ଲାବନ ଆସି ସମସ୍ତଙ୍କୁ ବିନାଶ କଲା। 28ଲୋଟଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିଥିଲା, ଲୋକମାନେ ଖିଆପିଆ, କିଣାବିକା, ଗଛ ଲଗାଇବା ଓ ଘର ତିଆରି କରିବାରେ ବ୍ୟସ୍ତ ଥିଲେ, 29କିନ୍ତୁ ଲୋଟ ସଦୋମରୁ ବାହାରିଯିବା ଦିନ ଆକାଶରୁ ଅଗ୍ନି ଓ ଗନ୍ଧକ ଆସି ସମସ୍ତଙ୍କୁ ବିନାଶ କଲା। 30ମନୁଷ୍ୟପୁତ୍ର ପ୍ରକାଶିତ ହେବା ଦିନ ସେହି ପ୍ରକାର ଘଟିବ। 31ସେହି ଦିନ ଯେ ଛାତ ଉପରେ ଥିବ, ସେ ଘର ଭିତରେ ଥିବା ଆପଣା ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ; ସେହିପରି ଯେ କ୍ଷେତରେ ଥିବ, ସେ ଫେରି ନ ଯାଉ। 32ଲୋଟଙ୍କ ସ୍ତ୍ରୀଙ୍କର କଥା ମନେ ପକାଅ। 33ଯେ କେହି ଆପଣା ଜୀବନ ଲାଭ କରିବାକୁ ଚେଷ୍ଟା କରେ, ସେ ତାହା ହରାଇବ, ଆଉ ଯେ କେହି ଆପଣା ଜୀବନ ହରାଇବ, ସେ ତାହା ବଞ୍ଚାଇବ। 34ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ରାତିରେ ଦୁଇ ଜଣ ଗୋଟିଏ ଖଟରେ ଶୋଇଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ। 35ଦୁଇ ଜଣ ସ୍ତ୍ରୀ ଏକାଠି ଚକି ପେଷୁଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ। 36[ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ।]” 37ସେଥିରେ ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, କେଉଁଠାରେ? ସେ ସେମାନଙ୍କୁ କହିଲେ, “ଯେଉଁଠାରେ ଶବ, ସେହିଠାରେ ଶାଗୁଣାଗୁଡ଼ାକ ମଧ୍ୟ ଏକାଠି ହେବେ।”
ଆଜିର ସନ୍ଥ
- ସନ୍ଥ ଜୋସାଫାଟ୍, ଧର୍ମାଧ୍ୟକ୍ଷ ଓ ଶହୀଦ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର