Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 12

ଅର୍ଥୋଡକ୍ସ ପଞ୍ଜିକା · 30 ଅକ୍ଟୋବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 12 ନଭେମ୍ବର 2027

ଶୁକ୍ରବାର · ପେଣ୍ଟିକଷ୍ଟ ପରେ 21ତମ ସପ୍ତାହ · ସ୍ୱର 3

ପର୍ବ ଓ ସନ୍ଥ

Hieromartyr Zenobios, Bishop of Aegea, and his sister Zenobia in Cilicia († 285)

ଉପବାସ ଦିନ

ଉପବାସ: ତେଲ ସହିତ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

କଲ 2:1–7

1କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି, ଯେତେ ଲୋକ ମୋହର ମୁଖ ଦେଖି ନାହାନ୍ତି, ସେ ସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା; 2ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍‍ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି। 3ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି। 4କେହି ଯେପରି ତୁମ୍ଭମାନଙ୍କୁ ବାକ୍‍ଚାତୁରି ଦ୍ୱାରା ନ ଭୁଲାଏ, ସେଥିନିମନ୍ତେ ମୁଁ ଏହା କହୁଅଛି। 5କାରଣ ଯଦ୍ୟପି ମୁଁ ଶରୀରରେ ଅନୁପସ୍ଥିତ, ତଥାପି ମୁଁ ମୋହର ଆତ୍ମାରେ ତୁମ୍ଭମାନଙ୍କ ସହିତ ଥାଇ ତୁମ୍ଭମାନଙ୍କର ସୁଗଠନ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଦୃଢ଼ତା ଦେଖି ଆନନ୍ଦ କରୁଅଛି। 6ଅତଏବ, ଖ୍ରୀଷ୍ଟ ଯୀଶୁଙ୍କୁ ପ୍ରଭୁ ବୋଲି ଯେପରି ଗ୍ରହଣ କରିଅଛ, ତଦନୁସାରେ ତାହାଙ୍କ ସହଭାଗିତାରେ ଆଚରଣ କର; 7ତାହାଙ୍କଠାରେ ବଦ୍ଧମୂଳ ଓ ଗୁନ୍ଥା ହୋଇ ପ୍ରାପ୍ତ ଶିକ୍ଷା ଅନୁସାରେ ବିଶ୍ୱାସରେ ନିଷ୍ଠାବାନ ହୋଇ ଅଧିକରୁ ଅଧିକ ଧନ୍ୟବାଦ ଦିଅ।

ସୁସମାଚାର

ଲୂକ 11:23–26

23ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ; ପୁଣି, ଯେ ମୋʼ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ।” 24“ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଯିବା ପରେ ବିଶ୍ରାମ କରିବା ପାଇଁ ଜଳ ନ ଥିବା ସ୍ଥାନ ସବୁ ଭ୍ରମଣ କରି ଖୋଜେ, ଆଉ ତାହା ନ ପାଇ କହେ, ମୁଁ ଯେଉଁ ଘରୁ ବାହାରି ଆସିଥିଲି, ‘ମୋହର ସେହି ଘରକୁ ଫେରିଯିବି;’ 25ପୁଣି, ସେ ଆସି ତାହା ପରିଷ୍କାର ହୋଇଥିବା ଦେଖେ। 26ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ଦୁଷ୍ଟ ଆଉ ସାତୋଟି ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି, ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 30 ନାଗରିକ ପଞ୍ଜିକାର ନଭେମ୍ବର 12। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର