Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 13

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 13 ନଭେମ୍ବର 2027

ଶନିବାର · ସାଧାରଣ କାଳର 32ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 32ତମ ସପ୍ତାହର ଶନିବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ଶନିବାରରେ ଧନ୍ୟା କୁମାରୀ ମରୀୟମଙ୍କ ସ୍ମୃତି ଦିବସ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଏହି ଅନୁବାଦରେ ନାହିଁ

ପ୍ରତିଉତ୍ତର ଗୀତ

ଗୀତ 105:2–3, 36–37, 42–43

2ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର। 3ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ। 36ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ, ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ। 37ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ ଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା। 42କାରଣ ସେ ଆପଣା ପବିତ୍ର ବାକ୍ୟ ଓ ଆପଣା ଦାସ ଅବ୍ରହାମଙ୍କୁ ସ୍ମରଣ କଲେ। 43ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ।

ସୁସମାଚାର

ଲୂକ 18:1–8

1କ୍ଳାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ, 2“ଗୋଟିଏ ନଗରରେ ଜଣେ ବିଚାରକର୍ତ୍ତା ଥିଲେ, ସେ ଈଶ୍ବରଙ୍କୁ ଭୟ କରୁ ନ ଥିଲେ କି ମନୁଷ୍ୟକୁ ମାନୁ ନ ଥିଲେ। 3ସେହି ନଗରରେ ଜଣେ ବିଧବା ଥିଲା, ତାହା ପ୍ରତି ଅନ୍ୟାୟ କରିଥିବା ଲୋକ ବିରୁଦ୍ଧରେ ବିଚାର ନିଷ୍ପତ୍ତି କରିବା ପାଇଁ ସେ ଥରକୁଥର ବିଚାରକର୍ତ୍ତାଙ୍କ ନିକଟକୁ ଯାଇ କହୁଥିଲା। 4ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ‘ଯଦିବା ମୁଁ ଈଶ୍ବରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ, 5ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ।’” 6ସେଥିରେ ପ୍ରଭୁ କହିଲେ, “ଏହି ଅଧାର୍ମିକ ବିଚାରକର୍ତ୍ତା କଅଣ କହୁଅଛନ୍ତି, ତାହା ଶୁଣ। 7ତେବେ ଈଶ୍ବରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି? 8ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ। ତଥାପି ମନୁଷ୍ୟପୁତ୍ର ଆସି ପୃଥିବୀରେ କଅଣ ବିଶ୍ୱାସ ଦେଖିବେ?”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର