Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 14

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 14 ନଭେମ୍ବର 2027

ରବିବାର · ସାଧାରଣ କାଳର 33ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 33ତମ ରବିବାର

ରବିବାର · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଦାନି 12:1–3

1ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ। 2ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ। 3ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତକାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ।

ପ୍ରତିଉତ୍ତର ଗୀତ

ଗୀତ 16:5, 8–11

5ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ୱରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ। 8ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ। 9ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋʼ ଶରୀର ମଧ୍ୟ ନିରାପଦରେ ବାସ କରିବ। 10କାରଣ ତୁମ୍ଭେ ମୋʼ ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ। 11ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।

ଦ୍ୱିତୀୟ ପାଠ

ଏବ୍ରୀ 10:11–14, 18

11ଆହୁରି ମଧ୍ୟ, ପ୍ରତ୍ୟେକ ଯାଜକ ପ୍ରତିଦିନ ସେବା କରିବା ପାଇଁ ଓ ଥରକୁଥର ସେହି ଏକ-ପ୍ରକାର ବଳି ଉତ୍ସର୍ଗ କରିବା ପାଇଁ ଠିଆ ହୋଇଥାଆନ୍ତି; ଏହିସବୁ କେବେ ପାପ ହରଣ କରିପାରେ ନାହିଁ। 12ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶନ କଲେ; 13ସେହି ଦିନାବଧି ତାହାଙ୍କର ଶତ୍ରୁମାନେ ତାହାଙ୍କ ପାଦପୀଠ କରାଯାଇ ନ ଥିବା ପର୍ଯ୍ୟନ୍ତ ସେ ଅପେକ୍ଷା କରୁଅଛନ୍ତି। 14କାରଣ କେବଳ ଏକ ବଳିର ଉତ୍ସର୍ଗ ଦ୍ୱାରା ସେ ପବିତ୍ରୀକୃତ ହେଉଥିବା ଲୋକମାନଙ୍କୁ ଚିରକାଳ ପାଇଁ ସିଦ୍ଧ କରିଅଛନ୍ତି। 18ଏହି ସମସ୍ତ କ୍ଷମା ହେବା ସ୍ଥଳେ ପାପ ନିମନ୍ତେ ଆଉ ବଳି ଉତ୍ସର୍ଗ କରିବା ଅନାବଶ୍ୟକ।

ସୁସମାଚାର

ମାର୍କ 13:24–32

24“ମାତ୍ର ସେହି ସମୟରେ ସେହି କ୍ଲେଶ ଉତ୍ତାରେ ‘ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, 25ପୁଣି, ନକ୍ଷତ୍ରମାଳା ଆକାଶରୁ ଖସି ପଡ଼ିବାକୁ ଲାଗିବେ ଓ ଆକାଶମଣ୍ଡଳସ୍ଥ ଶକ୍ତିସମୂହ ବିଚଳିତ ହେବେ।’ 26ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମରେ ଓ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ। 27ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।” 28“ଡିମ୍ବିରିବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ; 29ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ସେ ଦ୍ୱାରରେ ସନ୍ନିକଟ, ଏହା ଜାଣ। 30ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପିଢ଼ି କୌଣସି ପ୍ରକାରେ ଲୋପ ପାଇବ ନାହିଁ। 31ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।” 32“କିନ୍ତୁ ସେହି ଦିନ କି ସମୟ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗସ୍ଥ ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ପିତା ଜାଣନ୍ତି।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର