ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 15
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 15 ନଭେମ୍ବର 2027
ସୋମବାର · ସାଧାରଣ କାଳର 33ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 33ତମ ସପ୍ତାହର ସୋମବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ସନ୍ଥ ମହାନ ଆଲବର୍ଟ, ଧର୍ମାଧ୍ୟକ୍ଷ ଓ ମଣ୍ଡଳୀର ଆଚାର୍ଯ୍ୟ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
ଏହି ଅନୁବାଦରେ ନାହିଁ
ପ୍ରତିଉତ୍ତର ଗୀତ
ଗୀତ 119:53, 61, 134, 150, 155, 158
53ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ଡ କ୍ରୋଧ ମୋତେ ଆକ୍ରମଣ କରିଅଛି। 61ଦୁଷ୍ଟମାନଙ୍କର ରଜ୍ଜୁ ମୋʼ ଚାରିଆଡ଼େ ଜଡ଼ିତ ହେଲା; ମାତ୍ର ମୁଁ ତୁମ୍ଭର ବ୍ୟବସ୍ଥା ପାସୋରି ନାହିଁ। 134ମନୁଷ୍ୟର ଉପଦ୍ରବରୁ ମୋତେ ମୁକ୍ତ କର; ତହିଁରେ ମୁଁ ତୁମ୍ଭର ବିଧାନସବୁ ପାଳନ କରିବି। 150ଦୁଷ୍ଟତାର ଅନୁଗାମୀ ଲୋକମାନେ ନିକଟକୁ ଆସୁଅଛନ୍ତି; ସେମାନେ ତୁମ୍ଭ ବ୍ୟବସ୍ଥାରୁ ଦୂରବର୍ତ୍ତୀ। 155ପରିତ୍ରାଣ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଏ; କାରଣ ସେମାନେ ତୁମ୍ଭର ବିଧିସବୁ ଅନୁସନ୍ଧାନ କରନ୍ତି ନାହିଁ। 158ମୁଁ ବିଶ୍ୱାସଘାତକମାନଙ୍କୁ ଦେଖି ଦୁଃଖିତ ହେଲି; କାରଣ ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ।
ସୁସମାଚାର
35ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ବାଟ ପାଖରେ ବସି ଭିକ ମାଗୁଥିଲା। 36ସେ ଲୋକମାନଙ୍କ ଯାଉଥିବାର ଶବ୍ଦ ଶୁଣି କଥା କଅଣ ବୋଲି ପଚାରିବାକୁ ଲାଗିଲା। 37ସେମାନେ ତାହାକୁ କହିଲେ, ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଅଛନ୍ତି। 38ସେଥିରେ ସେ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ। 39ମାତ୍ର ଆଗରେ ଯାଉଥିବା ଲୋକମାନେ ତାହାଙ୍କୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ ମୋତେ ଦୟା କରନ୍ତୁ। 40ସେଥିରେ ଯୀଶୁ ଠିଆ ହୋଇ ଅନ୍ଧକୁ ଆପଣା ନିକଟକୁ ଆଣିବା ପାଇଁ ଆଦେଶ ଦେଲେ; ଯେତେବେଳେ ଅନ୍ଧଟି ପାଖକୁ ଆସିଲା, ଯୀଶୁ ତାହାକୁ ପଚାରିଲେ, 41“ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ?” ଅନ୍ଧ କହିଲା, ହେ ପ୍ରଭୁ, ମୁଁ ଯେପରି ଦେଖି ପାରିବି। 42ଯୀଶୁ ତାହାକୁ କହିଲେ, “ଦୃଷ୍ଟି ପାଅ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।” 43ସେହିକ୍ଷଣି ସେ ଦେଖି ପାରିଲେ ଏବଂ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲେ ଏବଂ ଲୋକ ସମସ୍ତେ ତାହା ଦେଖି ଈଶ୍ବରଙ୍କ ପ୍ରଶଂସା କଲେ।
ଆଜିର ସନ୍ଥ
- ସନ୍ଥ ମହାନ ଆଲବର୍ଟ, ଧର୍ମାଧ୍ୟକ୍ଷ ଓ ମଣ୍ଡଳୀର ଆଚାର୍ଯ୍ୟ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର