ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 15
ଅର୍ଥୋଡକ୍ସ ପଞ୍ଜିକା · 2 ନଭେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 15 ନଭେମ୍ବର 2027
ସୋମବାର · ପେଣ୍ଟିକଷ୍ଟ ପରେ 22ତମ ସପ୍ତାହ · ସ୍ୱର 4
ପର୍ବ ଓ ସନ୍ଥ
Martyrs Acyndinos, Pegasias, Aphthonios, Elpidiphoros, Anempodistus and 7,000 suffering with them in Persia (c.341-345)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
13ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ବର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି, 14ପୁଣି, ବିଧିବିଧାନରେ ଆମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗପତ୍ର ଥିଲା, ତାହା ସେ ଲୋପ କରି କ୍ରୁଶରେ ଟଙ୍ଗାଇ ଦେଇ ଆମ୍ଭମାନଙ୍କ ପଥରୁ ଦୂର କରିଦେଇଅଛନ୍ତି; 15ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ଅସ୍ତ୍ରଶସ୍ତ୍ର ଛଡ଼ାଇ ପ୍ରକାଶରେ ସେମାନଙ୍କ ପ୍ରଦର୍ଶନପୂର୍ବକ କ୍ରୁଶରେ ବିଜୟ ଯାତ୍ରା କରିଅଛନ୍ତି। 16ଅତଏବ, ଭୋଜନପାନ କିଅବା ପର୍ବ, ପ୍ରତିପଦ ଅବା ବିଶ୍ରାମବାର ସମ୍ବନ୍ଧରେ କେହି ତୁମ୍ଭମାନଙ୍କ ବିଚାର ନ କରୁ; 17ସେହିସବୁ ଆଗାମୀ ବିଷୟର ଛାୟାମାତ୍ର, କିନ୍ତୁ ବାସ୍ତବ ବିଷୟ ଖ୍ରୀଷ୍ଟ। 18ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ; 19ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ବରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି। 20ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ମୌଳିକ ଶିକ୍ଷା ପ୍ରତି ମୃତ ହୋଇଅଛ,
ସୁସମାଚାର
29ଲୋକମାନେ ଦଳ ଦଳ ହୋଇ ତାହାଙ୍କ ନିକଟରେ ଏକାଠି ହେଉଥିବା ସମୟରେ ସେ କହିବାକୁ ଲାଗିଲେ, “ଏହି କାଳର ଲୋକମାନେ ଦୁଷ୍ଟ; ଏମାନେ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ। 30କାରଣ ଯୂନସ ଯେପରି ନୀନିବୀ ସହରର ଲୋକମାନଙ୍କ ପ୍ରତି ଚିହ୍ନ ଭଳି ହେଲେ, ମନୁଷ୍ୟପୁତ୍ର ମଧ୍ୟ ସେହିପରି ଏହି ଯୁଗର ଲୋକମାନଙ୍କ ପ୍ରତି ହେବେ। 31ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ଯୁଗର ଲୋକମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ; ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି। 32ନୀନିବୀ ସହରର ଲୋକମାନେ ବିଚାରରେ ଏହି ଯୁଗର ଲୋକମାନଙ୍କ ସହିତ ଉଠି ସେମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ-ପରିବର୍ତ୍ତନ କରିଥିଲେ; ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।” 33“କେହି ଦୀପ ଜାଳି ଗୁପ୍ତ କୋଠରୀରେ କିମ୍ବା ମାଣ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ଭିତରେ ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 2 ନାଗରିକ ପଞ୍ଜିକାର ନଭେମ୍ବର 15। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର