ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 16
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 16 ନଭେମ୍ବର 2027
ମଙ୍ଗଳବାର · ସାଧାରଣ କାଳର 33ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 33ତମ ସପ୍ତାହର ମଙ୍ଗଳବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ସନ୍ଥ ମହାନ ଗର୍ଟ୍ରୁଡ୍, କୁମାରୀ · ଇଚ୍ଛାଧୀନ ସ୍ମୃତି ଦିବସ
ସ୍କଟଲାଣ୍ଡର ସନ୍ଥ ମାର୍ଗାରେଟ୍ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
ଏହି ଅନୁବାଦରେ ନାହିଁ
ପ୍ରତିଉତ୍ତର ଗୀତ
1ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ। ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି। ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ। 2ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ। [ସେଲା] 3ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ। 4ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା] 5ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି। 6ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ। 7ହେ ସଦାପ୍ରଭୋ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।
ସୁସମାଚାର
1ପରେ ଯୀଶୁ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ। 2ଆଉ ଦେଖ, ସେଠାରେ ଜଖୀୟ ନାମରେ ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କର ଆଦାୟକାରୀ ଓ ଧନୀ ଲୋକ। 3ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ। 4ଏଣୁ ସେ ଆଗକୁ ଦୌଡ଼ିଯାଇ ଯୀଶୁଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡିମ୍ବିରିବୃକ୍ଷରେ ଚଢ଼ିଲେ, କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା। 5ଯୀଶୁ ସେ ସ୍ଥାନକୁ ଆସି ଉପରକୁ ଚାହିଁ ତାହାଙ୍କୁ କହିଲେ, “ଜଖୀୟ, ଶୀଘ୍ର ଓହ୍ଲାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ।” 6ସେଥିରେ ସେ ଶୀଘ୍ର ଓହ୍ଲାଇ ଆସି ଆନନ୍ଦରେ ଯୀଶୁଙ୍କୁ ନିଜ ଘରକୁ ଡାକିଲେ। 7ତାହା ଦେଖି ସମସ୍ତେ ବଚସା କରି କହିବାକୁ ଲାଗିଲେ, ସେ ଜଣେ ପାପୀ ଲୋକ ଘରେ ରହିବାକୁ ଗଲାଣି। 8କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋହର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି। 9ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, “ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ; 10କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି।”
ଆଜିର ସନ୍ଥ
- ସନ୍ଥ ମହାନ ଗର୍ଟ୍ରୁଡ୍, କୁମାରୀ
- ସ୍କଟଲାଣ୍ଡର ସନ୍ଥ ମାର୍ଗାରେଟ୍
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର