Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 16

ଅର୍ଥୋଡକ୍ସ ପଞ୍ଜିକା · 3 ନଭେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 16 ନଭେମ୍ବର 2027

ମଙ୍ଗଳବାର · ପେଣ୍ଟିକଷ୍ଟ ପରେ 22ତମ ସପ୍ତାହ · ସ୍ୱର 4

ପର୍ବ ଓ ସନ୍ଥ

Martyrs Akepsimos the Bishop, Joseph the Presbyter and Haiphal the Deacon of Persia (4th C)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

କଲ 2:20–3:3

20ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ମୌଳିକ ଶିକ୍ଷା ପ୍ରତି ମୃତ ହୋଇଅଛ, 21ତେବେ ମନୁଷ୍ୟର ବିଧି ଓ ଶିକ୍ଷାନୁସାରେ “ଧର ନାହିଁ, ଖାଅ ନାହିଁ ବା ଛୁଅଁ ନାହିଁ, ସାଂସାରିକ ଲୋକ ପରି ଏହି ପ୍ରକାର ବିଧିବିଧାନର କାହିଁକି ବଶୀଭୂତ ହେଉଅଛ?” 22ଏହିସବୁ ବସ୍ତୁ ବ୍ୟବହାର ଦ୍ୱାରା କ୍ଷୟ ପାଏ। 23ଏହି ପ୍ରକାର ଶିକ୍ଷା ତ ସ୍ୱେଚ୍ଛା-ଉପାସନା, ନମ୍ରତା ଏବଂ ଶରୀର ପ୍ରତି କଠୋର ବ୍ୟବହାର ଦ୍ୱାରା ଜ୍ଞାନର ନାମ ପାଇଅଛି, କିନ୍ତୁ ସେଥିର ମୂଲ୍ୟ ନାହିଁ, ତଦ୍ୱାରା କେବଳ ଶାରୀରିକ ଭାବର ତୃପ୍ତି ହୁଏ। 3:1ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ୱସ୍ଥାନ ବିଷୟସବୁ ଅନ୍ୱେଷଣ କର। 2ପାର୍ଥିବ ବିଷୟରେ ଆସକ୍ତ ନ ହୋଇ ଊର୍ଦ୍ଧ୍ୱସ୍ଥାନ ବିଷୟରେ ଆସକ୍ତ ହୁଅ। 3କାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ବରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି।

ସୁସମାଚାର

ଲୂକ 11:34–41

34ତୁମ୍ଭର ଚକ୍ଷୁ ଶରୀରର ପ୍ରଦୀପ। ଯେତେବେଳେ ତୁମ୍ଭର ଚକ୍ଷୁ ନିର୍ମଳ ଥାଏ, ସେତେବେଳେ ତୁମ୍ଭର ସମସ୍ତ ଶରୀର ମଧ୍ୟ ଆଲୋକମୟ ହୁଏ; କିନ୍ତୁ ଯେତେବେଳେ ତାହା ଦୂଷିତ ଥାଏ, ସେତେବେଳେ ତୁମ୍ଭର ଶରୀର ମଧ୍ୟ ଅନ୍ଧକାରମୟ ହୁଏ। 35ଅତଏବ ସାବଧାନ, ଯେପରି ତୁମ୍ଭ ଅନ୍ତରରେ ଥିବା ଆଲୋକ ଅନ୍ଧାର ନ ହୁଏ। 36ଏଣୁ ଯଦି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହୁଏ ଓ ସେଥିର କୌଣସି ଅଂଶ ଅନ୍ଧକାରମୟ ନ ଥାଏ, ତାହାହେଲେ ପ୍ରଦୀପ ଯେପରି ତୁମ୍ଭକୁ ଉଜ୍ଜ୍ୱଳ ଆଲୋକରେ ଆଲୋକିତ କରେ, ସେହିପରି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ।” 37ସେ କଥା କହୁଥିବା ସମୟରେ ଜଣେ ଫାରୂଶୀ ତାହାଙ୍କୁ ଦିନବେଳେ ଆପଣା ଗୃହରେ ଭୋଜନ କରିବାକୁ ନିମନ୍ତ୍ରଣ କଲେ, ଆଉ ସେ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ। 38କିନ୍ତୁ ଭୋଜନ କରିବା ପୂର୍ବେ ସେ ଯେ ପ୍ରଥମେ ଧୋଇ ନ ଥିଲେ, ଏହା ଦେଖି ସେହି ଫାରୂଶୀ ଚମତ୍କୃତ ହେଲେ। 39ସେଥିରେ ପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ଫାରୂଶୀଯାକ ସିନା ଗିନା ଓ ଥାଳିର ବାହାର ପରିଷ୍କାର କରୁଥାଅ, ମାତ୍ର ତୁମ୍ଭମାନଙ୍କ ଭିତରେ ଲୋଭ ଓ ଦୁଷ୍ଟତାରେ ପରିପୂର୍ଣ୍ଣ। 40ହେ ନିର୍ବୋଧମାନେ, ଯେ ବାହାର ସୃଷ୍ଟି କଲେ, ସେ କି ଭିତର ମଧ୍ୟ ସୃଷ୍ଟି କଲେ ନାହିଁ? 41ବରଂ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 3 ନାଗରିକ ପଞ୍ଜିକାର ନଭେମ୍ବର 16। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର