Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 17

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 17 ନଭେମ୍ବର 2027

ବୁଧବାର · ସାଧାରଣ କାଳର 33ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 33ତମ ସପ୍ତାହର ବୁଧବାର

ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା

ହଙ୍ଗେରୀର ସନ୍ଥ ଏଲିଜାବେଥ୍, ସନ୍ନ୍ୟାସିନୀ · ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଏହି ଅନୁବାଦରେ ନାହିଁ

ପ୍ରତିଉତ୍ତର ଗୀତ

ଗୀତ 17:1, 5–6, 8, 15

1ଦାଉଦଙ୍କର ପ୍ରାର୍ଥନା। ହେ ସଦାପ୍ରଭୋ, ନ୍ୟାୟବାଦ ଶୁଣ, ମୋʼ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର। 5ମୋହର ପାଦ ତୁମ୍ଭର ମାର୍ଗ ଦୃଢ଼ କରି ଧରିଅଛି, ମୋହର ଚରଣ ଖସି ଯାଇ ନାହିଁ। 6ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ୱର, ତୁମ୍ଭେ ମୋତେ ଉତ୍ତର ଦେବ; ମୋʼ ପ୍ରତି କର୍ଣ୍ଣ ଡେର ଓ ମୋʼ ର କଥା ଶୁଣ। 8ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ, 15ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।

ସୁସମାଚାର

ଲୂକ 19:11–28

11ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ବରଙ୍କ ରାଜ୍ୟ ଅତି ଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ। 12ଏଣୁ ସେ କହିଲେ, “ଜଣେ ଉଚ୍ଚବଂଶର ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ଗ୍ରହଣ କରି ଫେରିଆସିବା ନିମନ୍ତେ ଦୂର ଦେଶକୁ ଯାତ୍ରା କଲେ। 13ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶଗୋଟି ମୋହର ଦେଇ କହିଲେ, ମୋହର ଆସିବା ପର୍ଯ୍ୟନ୍ତ ବେପାର କର। 14କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ। 15ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ। 16ସେଥିରେ ପ୍ରଥମ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୋହର ଆଉ ଦଶଗୋଟି ମୋହର ଲାଭ କରିଅଛି। 17ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ ହୋଇଥିବାରୁ ଦଶ ଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ। 18ପୁଣି, ଦ୍ୱିତୀୟ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୋହର ଆଉ ପାଞ୍ଚୋଟି ମୋହର ଲାଭ କରିଅଛି। 19ସେ ତାହାକୁ ମଧ୍ୟ କହିଲେ, ତୁମ୍ଭେ ସୁଦ୍ଧା ପାଞ୍ଚଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ। 20ଆଉ ଜଣେ ଆସି କହିଲା, ପ୍ରଭୁ, ଦେଖନ୍ତୁ, ଏହି ଆପଣଙ୍କର ମୋହର, ମୁଁ ଏହା ଗାମୁଛାରେ ବାନ୍ଧି ରଖି ଦେଇଥିଲି; 21କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି, ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି। 22ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି। ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି, ଯାହା ବୁଣି ନ ଥାଏ, ତାହା କାଟେ, ଏହା କଅଣ ଜାଣିଥିଲୁ? 23ତେବେ ବ୍ୟାଙ୍କରେ କାହିଁକି ମୋହର ଧନ ରଖିଲୁ ନାହିଁ? ତାହାହେଲେ ମୁଁ ଆସି ସୁଧ ସହିତ ତାହା ଆଦାୟ କରିଥାଆନ୍ତି। 24ପୁଣି, ସେ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ କହିଲେ, ଏହାଠାରୁ ଏହି ମୋହର ନେଇଯାଇ, ଯାହାର ଦଶ ମୋହର ଅଛି, ତାହାକୁ ଦିଅ। 25ସେଥିରେ ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ତାହାର ତ ଦଶ ମୋହର ଅଛି। 26‘ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକୌଣସି ଲୋକର ଅଛି, ତାହାକୁ ଅଧିକ ଦିଆଯିବ। କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ। 27କିନ୍ତୁ ମୋହର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋହର ସାକ୍ଷାତରେ ହତ୍ୟା କର।’” 28ଏହି ସମସ୍ତ କଥା କହି ଯୀଶୁ ଆଗକୁ ଯାଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର