ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 17
ଅର୍ଥୋଡକ୍ସ ପଞ୍ଜିକା · 4 ନଭେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 17 ନଭେମ୍ବର 2027
ବୁଧବାର · ପେଣ୍ଟିକଷ୍ଟ ପରେ 22ତମ ସପ୍ତାହ · ସ୍ୱର 4
ପର୍ବ ଓ ସନ୍ଥ
Venerable Joannicius the Great († 846)
ଉପବାସ ଦିନ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
17ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ। 18ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ୱାମୀମାନଙ୍କ ବଶୀଭୂତା ହୁଅ। 19ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ। 20ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର। 21ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି। 22ହେ ଦାସମାନେ, ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ। 23ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲା ପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲା ପରି କର ନାହିଁ; 24ପ୍ରଭୁଙ୍କଠାରୁ ଉତ୍ତରାଧିକାରରୂପ ପୁରସ୍କାର ଯେ ପାଇବ, ଏହା ତ ତୁମ୍ଭେମାନେ ଜାଣ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟଙ୍କର ସେବା କର, 25କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ। 4:1ହେ କର୍ତ୍ତାମାନେ, ସ୍ୱର୍ଗରେ ତୁମ୍ଭମାନଙ୍କ ମଧ୍ୟ କର୍ତ୍ତା ଅଛନ୍ତି ବୋଲି ଜାଣି ଆପଣା ଆପଣା ଦାସମାନଙ୍କ ପ୍ରତି ନ୍ୟାୟ ଓ ସମାନ ବ୍ୟବହାର କର।
ସୁସମାଚାର
42କିନ୍ତୁ ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ଆରୁଦ ଓ ସମସ୍ତ ପ୍ରକାର ଶାକର ଦଶମାଂଶ ଦେଉଥାଅ, ଆଉ ନ୍ୟାୟବିଚାର ଓ ଈଶ୍ବରଙ୍କ ପ୍ରେମ ଅବହେଳା କରୁଥାଅ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ଅବହେଳା ନ କରିବା ଉଚିତ। 43ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ସମାଜଗୃହରେ ପ୍ରଧାନ ଆସନ ଓ ହାଟବଜାରରେ ନମସ୍କାର ପାଇବାକୁ ଭଲ ପାଅ। 44ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଦେଖାଯାଉ ନ ଥିବା କବର ତୁଲ୍ୟ; ତାହା ଉପରେ ଚାଲୁଥିବା ଲୋକମାନେ ତାହା ସମାଧି ବୋଲି ଜାଣନ୍ତି ନାହିଁ।” 45ଏଥିରେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଏହା କହି ଆପଣ ଆମ୍ଭମାନଙ୍କୁ ମଧ୍ୟ ଅପମାନ କରୁଅଛନ୍ତି। 46ସେ କହିଲେ, “ହାୟ, ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ଉପରେ ଦୁର୍ବହ ଭାର ଲଦୁଥାଅ ଏବଂ ନିଜେ ଗୋଟିଏ ଅଙ୍ଗୁଳି ଦେଇ ତାହା ସ୍ପର୍ଶ କରୁ ନ ଥାଅ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 4 ନାଗରିକ ପଞ୍ଜିକାର ନଭେମ୍ବର 17। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର