Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 18

ଅର୍ଥୋଡକ୍ସ ପଞ୍ଜିକା · 5 ନଭେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 18 ନଭେମ୍ବର 2027

ଗୁରୁବାର · ପେଣ୍ଟିକଷ୍ଟ ପରେ 22ତମ ସପ୍ତାହ · ସ୍ୱର 4

ପର୍ବ ଓ ସନ୍ଥ

Martyrs Galaction and his wife Epistimia, at Emesa (3rd C)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

କଲ 4:2–9

2ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ, ପୁଣି, ଧନ୍ୟବାଦ ସହ ସେଥିରେ ଜାଗ୍ରତ ଥାଅ; 3ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ବର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ, 4ତାହା ଉଚିତ୍ ମତରେ କଥା କହି ପ୍ରକାଶ କରିପାରେ। 5ସୁଯୋଗର ସଦ୍‍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର। 6ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର। 7ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଓ ସହଦାସ ଯେ ତୁଖିକ ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ; 8ଏହି ଉଦ୍ଦେଶ୍ୟରେ ହିଁ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ। 9ତାହାଙ୍କ ସଙ୍ଗରେ ମୁଁ ବିଶ୍ୱସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ। ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ।

ସୁସମାଚାର

ଲୂକ 11:47–12:1

47ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ତିଆରି କରୁଥାଅ, କିନ୍ତୁ ତୁମ୍ଭମାନଙ୍କ ପିତୃ-ପୁରୁଷମାନେ ସେମାନଙ୍କୁ ବଧ କରିଥିଲେ। 48ଅତଏବ ତୁମ୍ଭମାନଙ୍କ ପିତୃ-ପୁରୁଷଙ୍କ କର୍ମ ବିଷୟରେ ତୁମ୍ଭେମାନେ ସାକ୍ଷୀ ଅଟ ଓ ତାହା ଅନୁମୋଦନ କରୁଅଛ; କାରଣ ସେମାନେ ସିନା ସେମାନଙ୍କୁ ବଧ କରିଥିଲେ, କିନ୍ତୁ ତୁମ୍ଭେମାନେ ସେମାନଙ୍କର କବର ସ୍ତମ୍ଭ ତିଆରି କରୁଥାଅ। 49ତେଣୁ ଈଶ୍ବର ମଧ୍ୟ ଆପଣା ଜ୍ଞାନରେ କହିଅଛନ୍ତି, ଆମ୍ଭେ ସେମାନଙ୍କ ନିକଟକୁ ଭାବବାଦୀ ଓ ପ୍ରେରିତମାନଙ୍କୁ ପଠାଇବୁ; ସେମାନଙ୍କ ମଧ୍ୟରୁ କାହା କାହାକୁ ସେମାନେ ବଧ କରିବେ ଓ କାହା କାହାକୁ ତାଡ଼ନା କରିବେ, 50ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟସ୍ଥଳରେ ହତ ହେଲେ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ଆରମ୍ଭରୁ ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି, 51ସେସବୁର ପରିଶୋଧ ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ। 52ହାୟ ଦଣ୍ଡର ପାତ୍ର ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର ଚାବି ହରଣ କଲ; ତୁମ୍ଭେମାନେ ନିଜେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛା କରୁଥିବା ଲୋକମାନଙ୍କୁ ବାଧା ଦେଲ।” 53ଆଉ, ସେ ସେଠାରୁ ବାହାରିଗଲା ପରେ ଶାସ୍ତ୍ରୀ ଓ ଫାରୂଶୀମାନେ ଅତିଶୟ ଈର୍ଷା କରି 54ତାହାଙ୍କ ମୁଖର କୌଣସି କଥା ଧରିବା ନିମନ୍ତେ ଫାନ୍ଦ ପକାଇ ତାହାଙ୍କୁ ଅନେକ ବିଷୟରେ ପ୍ରଶ୍ନ ପଚାରିବାକୁ ଲାଗିଲେ। 12:1ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 5 ନାଗରିକ ପଞ୍ଜିକାର ନଭେମ୍ବର 18। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର