ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 19
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 19 ନଭେମ୍ବର 2027
ଶୁକ୍ରବାର · ସାଧାରଣ କାଳର 33ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 33ତମ ସପ୍ତାହର ଶୁକ୍ରବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
ଏହି ଅନୁବାଦରେ ନାହିଁ
ପ୍ରତିଉତ୍ତର ଗୀତ
10ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୋ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ। 11ହେ ସଦାପ୍ରଭୋ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୋ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ। 12ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି, ମହାନ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ।
ସୁସମାଚାର
45ଆଉ, ସେ ମନ୍ଦିରରେ ପ୍ରବେଶ କରି ବେପାରୀମାନଙ୍କୁ ବାହାର କରିବାକୁ ଲାଗିଲେ, 46“ଲେଖାଅଛି, ‘ଆମ୍ଭର ଗୃହ ପ୍ରାର୍ଥନାଗୃହ ହେବ,’ କିନ୍ତୁ ତୁମ୍ଭେମାନେ ତାହାକୁ ଦୁଷ୍କର୍ମକାରୀମାନଙ୍କର ବାସସ୍ଥାନ କରିଅଛ।” 47ଆଉ ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ, 48କିନ୍ତୁ ଲୋକ ସମସ୍ତେ ଆଗ୍ରହରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କଅଣ କରିବେ ବୋଲି ସ୍ଥିର କରିପାରୁ ନ ଥିଲେ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର