Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 20

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 20 ନଭେମ୍ବର 2027

ଶନିବାର · ସାଧାରଣ କାଳର 33ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 33ତମ ସପ୍ତାହର ଶନିବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ଶନିବାରରେ ଧନ୍ୟା କୁମାରୀ ମରୀୟମଙ୍କ ସ୍ମୃତି ଦିବସ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଏହି ଅନୁବାଦରେ ନାହିଁ

ପ୍ରତିଉତ୍ତର ଗୀତ

ଗୀତ 9:1–3, 5, 15, 18

1ପ୍ରଧାନ ବାଦ୍ୟକର ନିମନ୍ତେ, ମୂତ୍‍-ଲବ୍ବନ୍‍ ସ୍ୱରରେ ଦାଉଦଙ୍କର ଗୀତ। ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୁଁ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି। 2ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। 3ମୋହର ଶତ୍ରୁମାନେ ଫେରିଯିବା ବେଳେ ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି। 5ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ। 15ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି। 18କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ।

ସୁସମାଚାର

ଲୂକ 20:27–40

27ଏହାପରେ ପୁନରୁତ୍ଥାନକୁ ବିଶ୍ୱାସ କରୁ ନ ଥିବା କେତେକ ସାଦ୍ଦୂକୀ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, 28ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ, ସ୍ତ୍ରୀ ଥାଉ ଥାଉ ନିଃସନ୍ତାନ ହୋଇ ମରେ, ତାହାହେଲେ ତାହାର ଭାଇ ତାହାର ସ୍ତ୍ରୀକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ। 29ଆଚ୍ଛା, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା; 30ପରେ ଦ୍ୱିତୀୟଟି ଓ ତୃତୀୟଟି ତାହାକୁ ଗ୍ରହଣ କଲେ; 31ସେହି ପ୍ରକାର ସାତ ଜଣଯାକ ନିଃସନ୍ତାନ ହୋଇ ମଲେ। 32ଶେଷରେ ସ୍ତ୍ରୀଟି ମଧ୍ୟ ମଲା। 33ତେବେ ପୁନରୁତ୍ଥାନରେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ। 34ଯୀଶୁ ସେମାନଙ୍କୁ କହିଲେ, “ଏହି ଜଗତର ସନ୍ତାନମାନେ ବିବାହ କରନ୍ତି ଓ ବିବାହିତା ହୁଅନ୍ତି, 35କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ; 36ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ବରଙ୍କ ସନ୍ତାନ ଅଟନ୍ତି। 37ମାତ୍ର ମୃତମାନେ ଯେ ଉଠିବେ, ଏହା ମୋଶା ମଧ୍ୟ ବୁଦାର ଘଟଣାରେ ପ୍ରଭୁଙ୍କୁ ‘ଅବ୍ରହାମଙ୍କ ଈଶ୍ବର, ଇସ୍‌ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର’ ବୋଲି କହି ସୂଚନା ଦେଇଅଛନ୍ତି। 38ସେ ତ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର; କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି।” 39ସେଥିରେ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେ ଜଣ ଉତ୍ତର ଦେଲେ, ହେ ଗୁରୁ, ଆପଣ ଠିକ୍ କହିଲେ। 40କାରଣ ସେମାନେ ତାହାଙ୍କୁ କୌଣସି ପ୍ରଶ୍ନ ପଚାରିବାକୁ ଆଉ ସାହସ କଲେ ନାହିଁ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର