ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 20
ଅର୍ଥୋଡକ୍ସ ପଞ୍ଜିକା · 7 ନଭେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 20 ନଭେମ୍ବର 2027
ଶନିବାର · ପେଣ୍ଟିକଷ୍ଟ ପରେ 22ତମ ସପ୍ତାହ · ସ୍ୱର 4
ପର୍ବ ଓ ସନ୍ଥ
Martyr Hieron and the other 32 Martyrs of Melitene: Hieron, Hysichius, Nicander, Athanasius, Mamantus, Barachius, Callinicus, Theogenes, Nikon, Longinus, Theodore, Valerius, Xantheius, Theodulus, Callimachus, Eugene, Theodochus, Ostrichius, Epiphanius, Maximian, Duceitius, Claudian, Theophilus, Gigantius, Dorotheus, Theodotus, Castrichius, Anikita, Themelius, Eutichius, Hilarion, Diodotus, and Amonitus (3rd C)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
1କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ବରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ। 2ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ୱର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକାନ୍ତ ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ; 3ଏହିପରି ପରିହିତ ହେଲେ ଆମ୍ଭେମାନେ ଉଲଗ୍ନ ଦେଖାଯିବା ନାହିଁ। 4କାରଣ ଆମ୍ଭେମାନେ ଏହି ତମ୍ବୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥିନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ। 5ଆଉ ଯେ ଏଥିନିମନ୍ତେ ଆମ୍ଭମାନଙ୍କୁ ପ୍ରସ୍ତୁତ କରିଅଛନ୍ତି, ସେ ଈଶ୍ବର, ସେ ଆମ୍ଭମାନଙ୍କୁ ବଇନା ସ୍ୱରୂପେ ପବିତ୍ର ଆତ୍ମା ମଧ୍ୟ ଦାନ କରିଅଛନ୍ତି। 6ଅତଏବ ଆମ୍ଭେମାନେ ସର୍ବଦା ସାହସୀ ଅଟୁ, ଆଉ ଏହି ଶରୀରରେ ଯେପର୍ଯ୍ୟନ୍ତ ନିବାସ କରୁଅଛୁ, ସେପର୍ଯ୍ୟନ୍ତ ଯେ ପ୍ରଭୁଙ୍କଠାରୁ ଦୂରରେ ପ୍ରବାସ କରୁଅଛୁ, ଏହା ଜାଣୁ। 7(କାରଣ ଆମ୍ଭେମାନେ ଦୃଶ୍ୟ ବିଷୟ ଦେଇ ଜୀବନଯାପନ ନ କରି ବିଶ୍ୱାସରେ ଜୀବନଯାପନ କରୁଅଛୁ), 8ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ। 9ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକାନ୍ତ ବାସନା। 10କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।
ସୁସମାଚାର
1ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ। 2ଆଉ ସେ ସେମାନଙ୍କୁ ଈଶ୍ବରଙ୍କ ରାଜ୍ୟ ଘୋଷଣା ଓ ରୋଗୀମାନଙ୍କୁ ସୁସ୍ଥ କରିବା ନିମନ୍ତେ ପଠାଇଲେ। 3ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଯାତ୍ରା ନିମନ୍ତେ ବାଡ଼ି କି ଝୋଲି କି ରୁଟି କି ଟଙ୍କା କିଛି ହିଁ ନିଅ ନାହିଁ, କିମ୍ବା ଦୁଇଟି ଅଙ୍ଗରଖା ସାଙ୍ଗରେ ରଖ ନାହିଁ। 4ଆଉ ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ନ ବାହାରିବା ପର୍ଯ୍ୟନ୍ତ ସେଠାରେ ରୁହ। 5ଆଉ ଯେତେ ଲୋକ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେହି ନଗରରୁ ବାହାରିବା ସମୟରେ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦରୁ ଧୂଳି ଝାଡ଼ିପକାଅ।” 6ସେଥିରେ ସେମାନେ ଯାଇ ସବୁଆଡ଼େ ସୁସମାଚାର ପ୍ରଚାର ଓ ସୁସ୍ଥ କରୁ କରୁ ଗ୍ରାମେ ଗ୍ରାମେ ଭ୍ରମଣ କରିବାକୁ ଲାଗିଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 7 ନାଗରିକ ପଞ୍ଜିକାର ନଭେମ୍ବର 20। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର