Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 22

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 22 ନଭେମ୍ବର 2027

ସୋମବାର · ସାଧାରଣ କାଳର 34ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 34ତମ ସପ୍ତାହର ସୋମବାର

ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା

ସନ୍ଥ ସେସିଲିଆ, କୁମାରୀ ଓ ଶହୀଦ · ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଦାନି 1:1–6, 8–20

1ଯିହୁଦାର ରାଜା ଯିହୋୟାକୀମ୍‍ର ଶାସନ କାଳର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍‍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା। 2ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମ୍‍କୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହି ସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା। 3ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍‍, ରାଜକୀୟ ଓ କୁଳୀନ ବଂଶରୁ 4ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍‍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍‍କୁ କହିଲା। 5ଆଉ, ସେମାନେ ଯେପରି ତିନି ବର୍ଷର ଶେଷରେ ରାଜାଙ୍କ ନିକଟରେ ଠିଆ ହେବେ, ଏଥିପାଇଁ ରାଜା ସେମାନଙ୍କ ନିମନ୍ତେ ରାଜାର ଆହାରୀୟ ଦ୍ରବ୍ୟରୁ ଓ ପାନୀୟ ଦ୍ରାକ୍ଷାରସରୁ ଦୈନିକ ଅଂଶ ଦେବା ପାଇଁ ଓ ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପ୍ରତିପୋଷଣ କରିବା ପାଇଁ ନିରୂପଣ କଲା। 6ଏମାନଙ୍କ ମଧ୍ୟରେ ଯିହୁଦା ବଂଶୀୟ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ଥିଲେ। 8ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ। 9ସେତେବେଳେ ପରମେଶ୍ୱର ସେହି ନପୁଂସକାଧିପତିର ଦୃଷ୍ଟିରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ। 10ତହିଁରେ ନପୁଂସକାଧିପତି ଦାନିୟେଲଙ୍କୁ କହିଲା, ଯେ ତୁମ୍ଭମାନଙ୍କର ଭକ୍ଷ୍ୟ ଓ ପାନୀୟ ଦ୍ରବ୍ୟ ନିରୂପଣ କରିଅଛନ୍ତି, “ମୁଁ ଆପଣାର ପ୍ରଭୁ ସେହି ମହାରାଜାଙ୍କୁ ଭୟ କରେ; କାରଣ ସେ ତୁମ୍ଭମାନଙ୍କର ସମବୟସ୍କ ଯୁବାମାନଙ୍କର ମୁଖ ଅପେକ୍ଷା ତୁମ୍ଭମାନଙ୍କ ମୁଖ କାହିଁକି ମଳିନ ଦେଖିବେ? ତାହାହେଲେ, ତୁମ୍ଭେମାନେ ରାଜାଙ୍କ ନିକଟରେ ମୋର ମସ୍ତକକୁ ସଂଶୟାପନ୍ନ କରିବ।” 11ତହିଁରେ ନପୁଂସକାଧିପତି ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟଙ୍କ ଉପରେ ଯେଉଁ ଗୃହାଧ୍ୟକ୍ଷକୁ ନିଯୁକ୍ତ କରିଥିଲା, ତାହାକୁ ଦାନିୟେଲ କହିଲେ; 12“ଅନୁଗ୍ରହ କରି ଆପଣା ଦାସମାନଙ୍କୁ ଦଶ ଦିନ ପରୀକ୍ଷା କରନ୍ତୁ; ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ଶସ୍ୟ ଓ ପାନ ନିମନ୍ତେ ଜଳ ଦିଆଯାଉ। 13ତହିଁ ଉତ୍ତାରେ ଆପଣଙ୍କ ସମ୍ମୁଖରେ ଆମ୍ଭମାନଙ୍କର ମୁଖ ଓ ରାଜକୀୟ ଭକ୍ଷ୍ୟ ଭୋଜନକାରୀ ଯୁବାମାନଙ୍କର ମୁଖ ଦେଖାଯାଉ; ତହିଁରେ ଆପଣ ଯେପରି ଦେଖନ୍ତି, ତଦନୁସାରେ ଆପଣ ଦାସମାନଙ୍କ ପ୍ରତି ବ୍ୟବହାର କରନ୍ତୁ।” 14ତହିଁରେ ସେ ଏହି ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା। 15ପୁଣି, ଦଶ ଦିନର ଶେଷରେ ରାଜକୀୟ ଆହାର ଭୋଜନକାରୀ ସକଳ ଯୁବାଙ୍କ ମୁଖ ଅପେକ୍ଷା ସେମାନଙ୍କ ମୁଖ ସୁନ୍ଦର ଦେଖାଗଲା ଓ ସେମାନେ ଅଧିକ ହୃଷ୍ଟପୃଷ୍ଟ ଦେଖାଗଲେ। 16ଏଥିରେ ଗୃହାଧ୍ୟକ୍ଷ ସେମାନଙ୍କର ସେହି ଭକ୍ଷ୍ୟ ଓ ପାନୀୟ ଦ୍ରାକ୍ଷାରସ ବନ୍ଦ କରି ସେମାନଙ୍କୁ ଶସ୍ୟ ଦେଲା। 17ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ। 18ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲେ, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍‍ନିତ୍ସରର ଛାମୁକୁ ଆଣିଲା। 19ପୁଣି, ରାଜା ସେମାନଙ୍କ ସଙ୍ଗେ ଆଳାପ କଲେ; ଆଉ, ସେହି ସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ସମାନ କେହି ଦେଖାଗଲେ ନାହିଁ; ଏଣୁ ଏମାନେ ରାଜାଙ୍କ ଛାମୁରେ ଠିଆ ହେଲେ। 20ଆଉ, ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲେ, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା।

ପ୍ରତିଉତ୍ତର ଗୀତ

ଏହି ଅନୁବାଦରେ ନାହିଁ

ସୁସମାଚାର

ଲୂକ 21:1–4

1ଏହାପରେ ଯୀଶୁ ଦୃଷ୍ଟିପାତ କରି ଧନୀ ଲୋକମାନଙ୍କୁ ଭଣ୍ଡାରରେ ନିଜ ନିଜର ଦାନ ପକାଉଥିବା ଦେଖିଲେ। 2ଆଉ ସେ ଜଣେ ଦରିଦ୍ର ବିଧବାକୁ ସେଥିରେ ଦୁଇଟି କ୍ଷୁଦ୍ର ମୁଦ୍ରା ପକାଉଥିବା ଦେଖି କହିଲେ, 3“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଦରିଦ୍ର ବିଧବା ସମସ୍ତଙ୍କଠାରୁ ଅଧିକ ପକାଇଅଛି, 4କାରଣ ଧନୀମାନେ ଦାନ ସଂଗ୍ରହ ବାକ୍ସରେ ନିଜ ନିଜର ବଳକା ଧନରୁ କିଛି କିଛି ପକାଇଲେ, କିନ୍ତୁ ଦରିଦ୍ର ବିଧବା ନିଜର ଅଭାବ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ଯାହା କିଛି ଥିଲା, ସେହିସବୁ ପକାଇଲା।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର