Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 22

ଅର୍ଥୋଡକ୍ସ ପଞ୍ଜିକା · 9 ନଭେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 22 ନଭେମ୍ବର 2027

ସୋମବାର · ପେଣ୍ଟିକଷ୍ଟ ପରେ 23ତମ ସପ୍ତାହ · ସ୍ୱର 5

ପର୍ବ ଓ ସନ୍ଥ

Martyrs Onisiphorus and Porphyrius of Ephesus (3rd-4th C)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ର.ଥେସ 1:1–5

1ପାଉଲ, ସିଲ୍ୱାନ ଓ ତୀମଥି, ପିତା ଈଶ୍ବର ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀ ସହରରେ ଥିବା ମଣ୍ଡଳୀ ନିକଟକୁ ପତ୍ର; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। 2ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ଆମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସର କର୍ମ, ପ୍ରେମର ପରିଶ୍ରମ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ତୁମ୍ଭମାନଙ୍କ ଭରସାର ଧୈର୍ଯ୍ୟ ବିଷୟ ନିରନ୍ତର ସ୍ମରଣ କରି, 3ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛୁ; 4କାରଣ ହେ ଈଶ୍ବରଙ୍କ ପ୍ରିୟ ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ, 5ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ।

ସୁସମାଚାର

ଲୂକ 12:13–15, 22–31

13ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ କହିଲା, ହେ ଗୁରୁ, ମୋʼର ଭାଇକୁ ମୋʼ ସହିତ ପୈତୃକ ସମ୍ପତ୍ତି ଭାଗ କରିଦେବା ନିମନ୍ତେ କହନ୍ତୁ। 14କିନ୍ତୁ ସେ ତାହାଙ୍କୁ କହିଲେ, “ହେ ଭାଇ, କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ମଧ୍ୟସ୍ଥ କରି ନିଯୁକ୍ତ କଲା?” 15ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।” 22ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ଏନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କଅଣ ଖାଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କଅଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। 23କାରଣ ଭକ୍ଷ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର ଶ୍ରେଷ୍ଠ। 24କାଉମାନଙ୍କ ବିଷୟରେ ଭାବି ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ, ପୁଣି, ସେମାନଙ୍କର ଅମାର ନାହିଁ, ଆଉ ଈଶ୍ବର ସେମାନଙ୍କୁ ଆହାର ଦିଅନ୍ତି; ତୁମ୍ଭେମାନେ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ଶ୍ରେଷ୍ଠ! 25ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁ ହାତେ ବଢ଼ାଇପାରେ? 26ଅତଏବ, ଯଦି ତୁମ୍ଭେମାନେ କ୍ଷୁଦ୍ର ବିଷୟ ସୁଦ୍ଧା କରିବାକୁ ସକ୍ଷମ ନୁହଁ, ତେବେ ଅନ୍ୟ ସମସ୍ତ ବିଷୟରେ କାହିଁକି ଚିନ୍ତା କରୁଅଛ? 27କ୍ଷେତ୍ରର ପୁଷ୍ପଗୁଡ଼ିକ ବିଷୟରେ ଭାବି ଦେଖ, ସେଗୁଡ଼ିକ କିପରି ସୂତା କାଟନ୍ତି ନାହିଁ କି ବୁଣନ୍ତି ନାହିଁ; ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଐଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିଏ ପରି ବିଭୂଷିତ ନ ଥିଲେ। 28କିନ୍ତୁ ଯେଉଁ ଘାସ ଆଜି କ୍ଷେତରେ ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ବର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କେତେ ଅଧିକ ରୂପେ ନ ଦେବେ! 29ପୁଣି, କଅଣ ଖାଇବ ଓ କଅଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ, 30କାରଣ ଜଗତର ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି; କିନ୍ତୁ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଈଶ୍ବର ଜାଣନ୍ତି। 31ବରଂ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 9 ନାଗରିକ ପଞ୍ଜିକାର ନଭେମ୍ବର 22। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର