Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 23

ଅର୍ଥୋଡକ୍ସ ପଞ୍ଜିକା · 10 ନଭେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 23 ନଭେମ୍ବର 2027

ମଙ୍ଗଳବାର · ପେଣ୍ଟିକଷ୍ଟ ପରେ 23ତମ ସପ୍ତାହ · ସ୍ୱର 5

ପର୍ବ ଓ ସନ୍ଥ

Apostles of the 70: Herastos, Olympos, Rodion, Sosipater, Quartus and Tercias (1st C)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ର.ଥେସ 1:6–10

6ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ, 7ଯେପରିକି ତୁମ୍ଭେମାନେ ମାକିଦନିଆ ଓ ଆଖାୟା ନିବାସୀ ସମସ୍ତ ବିଶ୍ୱାସୀଙ୍କ ପ୍ରତି ଆଦର୍ଶ ସ୍ୱରୂପ ହୋଇଥିଲ। 8କାରଣ ତୁମ୍ଭମାନଙ୍କ ଦ୍ୱାରା ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ପ୍ରଚାରିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ୱାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ବନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନୁହେଁ। 9ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କଅଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ବରଙ୍କର ସେବା କରିବା ନିମନ୍ତେ, 10ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କ ସେହି ଉଦ୍ଧାରକର୍ତ୍ତା ଯୀଶୁଙ୍କ ସ୍ୱର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା ନିମନ୍ତେ ଈଶ୍ଵରଙ୍କ ପ୍ରତି ଫେରିଲ।

ସୁସମାଚାର

ଲୂକ 12:42–48

42ପ୍ରଭୁ କହିଲେ, “ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ? 43ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ। 44ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସମସ୍ତ ସମ୍ପତ୍ତି ଉପରେ ଦାୟିତ୍ୱ ଦେବେ। 45କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ, 46ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ଦଣ୍ଡ ସେ ଜାଣି ନ ଥିବ, ସେହି ଦିନ ଓ ସେହି ଦଣ୍ଡରେ ତାହାର ପ୍ରଭୁ ଆସିବେ, ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି ଅବିଶ୍ୱସ୍ତମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ। 47ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ, 48ସେ ବହୁତ ପ୍ରହାରରେ ପ୍ରହାରିତ ହେବ; କିନ୍ତୁ ଯେ ନ ଜାଣି ପ୍ରହାରଯୋଗ୍ୟ କର୍ମ କରିଥାଏ, ସେ ଅଳ୍ପ ପ୍ରହାରରେ ପ୍ରହାରିତ ହେବ। ଯାହାକୁ ବହୁତ ଦିଆଯାଇଅଛି, ତାହାଠାରୁ ବହୁତ ଦାବି କରାଯିବ; ପୁଣି, ଲୋକେ ଯାହା ନିକଟରେ ବହୁତ ସମର୍ପଣ କରିଅଛନ୍ତି, ତାହା ନିକଟରୁ ବହୁତ ଦାବି କରିବେ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 10 ନାଗରିକ ପଞ୍ଜିକାର ନଭେମ୍ବର 23। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର