ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 24
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 24 ନଭେମ୍ବର 2027
ବୁଧବାର · ସାଧାରଣ କାଳର 34ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 34ତମ ସପ୍ତାହର ବୁଧବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ନାଲି
ସନ୍ଥ ଆଣ୍ଡ୍ରୁ ଡୁଙ୍ଗ୍-ଲାକ୍, ପୁରୋହିତ, ଓ ସାଥୀମାନେ, ଶହୀଦ · ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
ଦାନି 5:1–6, 13–14, 16–17, 23–28
1ରାଜା ବେଲ୍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା। 2ପୁଣି, ତାହାର ପିତା ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା। 3ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍, ପରମେଶ୍ୱରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ସେହି ସବୁରେ ପାନ କଲେ। 4ସେମାନେ ଦ୍ରାକ୍ଷାରସ ପାନ କରୁ କରୁ ସୁନା ଓ ରୂପା, ପିତ୍ତଳ, ଲୁହା, କାଠ ଓ ପଥର ନିର୍ମିତ ଦେବଗଣର ପ୍ରଶଂସା କଲେ। 5ସେହି ଦଣ୍ଡରେ ମନୁଷ୍ୟ ହସ୍ତର ଅଙ୍ଗୁଳି ଆସି ରାଜପ୍ରାସାଦର କାନ୍ଥର ଲେପନ ଉପରେ ଦୀପାଧାରର ନିକଟରେ ଲେଖିଲା, ଆଉ ହସ୍ତର ଯେଉଁ ଅଂଶ ଲେଖିଲା, ରାଜା ତାହା ଦେଖିଲା। 6ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍ବିଗ୍ନ କଲା; ପୁଣି, ତାହାର କଟିଦେଶରେ ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା। 13ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା ରାଜା ଦାନିୟେଲଙ୍କୁ କହିଲା, “ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ? 14ମୁଁ ତୁମ୍ଭ ବିଷୟରେ ଶୁଣିଅଛି ଯେ, ତୁମ୍ଭ ଅନ୍ତରରେ ଦେବଗଣର ଆତ୍ମା ଅଛନ୍ତି, ଆଉ ଜ୍ଞାନ ଓ ଦୀପ୍ତି, ବୁଦ୍ଧି ଓ ଶ୍ରେଷ୍ଠ ଜ୍ଞାନ ତୁମ୍ଭଠାରେ ଦେଖାଯାଏ। 16ମାତ୍ର ତୁମ୍ଭ ବିଷୟରେ ମୁଁ ଶୁଣିଅଛି ଯେ, ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦେହ ଦୂର କରିପାର; ଏବେ ତୁମ୍ଭେ ଯଦି ଏହି ଲେଖା ପାଠ କରି ତହିଁର ଅର୍ଥ ମୋତେ ଜଣାଇପାର, ତେବେ ତୁମ୍ଭେ ବାଇଗଣିଆ ବର୍ଣ୍ଣର ବସ୍ତ୍ରରେ ବସ୍ତ୍ରାନ୍ୱିତ ହେବ, ତୁମ୍ଭ କଣ୍ଠରେ ସୁବର୍ଣ୍ଣ ହାର ଦିଆଯିବ ଓ ତୁମ୍ଭେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।” 17ସେତେବେଳେ ଦାନିୟେଲ ରାଜାର ଛାମୁରେ ଉତ୍ତର କରି କହିଲେ, “ଆପଣଙ୍କର ଦାନ ଆପଣଙ୍କର ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦେଉନ୍ତୁ; ତଥାପି ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଅର୍ଥ ତାଙ୍କୁ ଜଣାଇବି। 23ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି। 24ଏହି ସମୟରେ ତାହାଙ୍କ ନିକଟରୁ ହସ୍ତର ଅଂଶ ପ୍ରେରିତ ହେଲା, ଆଉ ଏହି ଲେଖା ଲିଖିତ ହେଲା। 25ପୁଣି, ଯାହା ଲିଖିତ ହେଲା, ତାହା ଏହି, ମିନେ ମିନେ, ତକେଲ, ଉପାରସୀନ। 26ଏହାର ଅର୍ଥ ଏହି ମିନେ, ପରମେଶ୍ୱର ଆପଣଙ୍କ ରାଜ୍ୟର ଗଣନା କରିଅଛନ୍ତି ଓ ତାହା ଶେଷ କରିଅଛନ୍ତି। 27ତକେଲ, ଆପଣ ନିକ୍ତିରେ ତୌଲା ଯାଇଅଛନ୍ତି ଓ ଊଣା ଦେଖା ଯାଇଅଛନ୍ତି। 28ପୀରସ୍, ଆପଣଙ୍କ ରାଜ୍ୟ ବିଭକ୍ତ ହୋଇଅଛି, ଆଉ ମାଦୀୟ ଓ ପାରସିକମାନଙ୍କୁ ଦତ୍ତ ହୋଇଅଛି।”
ପ୍ରତିଉତ୍ତର ଗୀତ
ଏହି ଅନୁବାଦରେ ନାହିଁ
ସୁସମାଚାର
12କିନ୍ତୁ ଏହି ସମସ୍ତ ଘଟଣା ପୂର୍ବେ ଲୋକମାନେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ, ଆଉ ମୋ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ନିକଟକୁ ନିଆଯିବ; 13ଏହା ତୁମ୍ଭମାନଙ୍କ ସପକ୍ଷରେ ସାକ୍ଷ୍ୟ ହେବ। 14ଅତଏବ କଅଣ ଉତ୍ତର ଦେବ, ସେ ବିଷୟରେ ପୂର୍ବରୁ ଚିନ୍ତା ନ କରିବାକୁ ଆପଣା ଆପଣା ମନରେ ସ୍ଥିର କର; 15କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରିପାରିବେ ନାହିଁ। 16କିନ୍ତୁ ତୁମ୍ଭେମାନେ ପିତାମାତା, ଭାଇ, ସମ୍ପର୍କୀୟ ଓ ବନ୍ଧୁମାନଙ୍କ ଦ୍ୱାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକମାନେ କାହାରି କାହାରିକୁ ହତ୍ୟା କରିବେ, 17ପୁଣି, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ। 18କିନ୍ତୁ ତୁମ୍ଭମାନଙ୍କ ମସ୍ତକର କେଶ ହିଁ ନଷ୍ଟ ହେବ ନାହିଁ; 19ସହିଷ୍ଣୁତା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ଜୀବନ ଲାଭ କରିବ।”
ଆଜିର ସନ୍ଥ
- ସନ୍ଥ ଆଣ୍ଡ୍ରୁ ଡୁଙ୍ଗ୍-ଲାକ୍, ପୁରୋହିତ, ଓ ସାଥୀମାନେ, ଶହୀଦ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର