Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 25

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 25 ନଭେମ୍ବର 2027

ଗୁରୁବାର · ସାଧାରଣ କାଳର 34ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 34ତମ ସପ୍ତାହର ଗୁରୁବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ଆଲେକଜାଣ୍ଡ୍ରୀୟର ସନ୍ଥ କ୍ୟାଥେରିନ୍, କୁମାରୀ ଓ ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଦାନି 6:11–27

11ଏଥିରେ ସେହି ଲୋକମାନେ ଏକତ୍ର ହୋଇ ଦାନିୟେଲଙ୍କୁ ତାଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ନିବେଦନ କରିବାର ଦେଖିଲେ। 12ସେତେବେଳେ ସେମାନେ ରାଜାର ନିକଟକୁ ଯାଇ ରାଜକୀୟ ନିଷେଧ-ବିଧି ବିଷୟରେ ତାଙ୍କ ଛାମୁରେ କହିଲେ, ଯଥା; “ହେ ମହାରାଜ, ଯେଉଁ କୌଣସି ଲୋକ ତିରିଶ ଦିନ ମଧ୍ୟରେ ଆପଣଙ୍କ ବିନା କୌଣସି ଦେବତା କି ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ, ଏପରି ଏକ ନିଷେଧ ପତ୍ରରେ କି ଆପଣ ସ୍ୱାକ୍ଷର କରି ନାହାନ୍ତି?” ରାଜା ଉତ୍ତର କରି କହିଲା, “ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ତାହା ସ୍ଥିର ହୋଇଅଛି।” 13ତହିଁରେ ସେମାନେ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ହେ ମହାରାଜ, ନିର୍ବାସିତ ଯିହୁଦୀ-ସନ୍ତାନଗଣ ମଧ୍ୟରେ ଜଣେ ଯେ ଦାନିୟେଲ, ସେ ଆପଣଙ୍କୁ କିଅବା ଆପଣଙ୍କ ସ୍ୱାକ୍ଷରିତ ନିଷେଧ ପତ୍ରକୁ ମାନ୍ୟ କରେ ନାହିଁ, ମାତ୍ର ଦିନ ମଧ୍ୟରେ ତିନି ଥର ପ୍ରାର୍ଥନା କରେ।” 14ତହୁଁ ରାଜା ଏ କଥା ଶୁଣି ଅତିଶୟ ଅସନ୍ତୁଷ୍ଟ ହେଲା, ପୁଣି ଦାନିୟେଲଙ୍କୁ ଉଦ୍ଧାର କରିବା ପାଇଁ ତାଙ୍କ ବିଷୟରେ ମନୋଯୋଗ କଲା; ଆଉ, ତାଙ୍କୁ ରକ୍ଷା କରିବା ପାଇଁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଚେଷ୍ଟା କଲା। 15ଏଥିରେ ସେହି ଲୋକମାନେ ରାଜାର ନିକଟରେ ଏକତ୍ର ହୋଇ ରାଜାକୁ କହିଲେ, “ହେ ମହାରାଜ, ଆପଣ ଜାଣନ୍ତୁ, ରାଜା କୌଣସି ନିଷେଧାଜ୍ଞା ଅବା ବିଧି ସ୍ଥାପନ କଲେ, ତାହା ଯେ ପରିବର୍ତ୍ତିତ ହୋଇ ନ ପାରେ, ମାଦୀୟ ଓ ପାରସିକମାନଙ୍କର ଏପରି ଏକ ବ୍ୟବସ୍ଥା ଅଛି।” 16ତହୁଁ ରାଜା ଆଜ୍ଞା କରନ୍ତେ, ସେମାନେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତରେ ନିକ୍ଷେପ କଲେ। ପୁଣି, ରାଜା ଦାନିୟେଲଙ୍କୁ କହିଲା, “ତୁମ୍ଭେ ନିତ୍ୟ ନିତ୍ୟ ଯେଉଁ ପରମେଶ୍ୱରଙ୍କର ସେବା କରୁଅଛ, ସେ ତୁମ୍ଭଙ୍କୁ ଉଦ୍ଧାର କରିବେ।” 17ପୁଣି, ଏକ ପଥର ଅଣାଯାଇ ଗର୍ତ୍ତ ମୁଖରେ ଥୁଆଗଲା; ଆଉ, ଦାନିୟେଲଙ୍କ ବିଷୟରେ ଯେପରି କୌଣସି ପରିବର୍ତ୍ତନ ନ ହେବ, ଏଥିପାଇଁ ରାଜା ଆପଣାର ମୁଦ୍ରାରେ ଓ ଆପଣା ଅମାତ୍ୟଗଣର ମୁଦ୍ରାରେ ତାହା ଅଙ୍କିତ କଲା। 18ଏଉତ୍ତାରେ ରାଜା ଆପଣା ଅଟ୍ଟାଳିକାକୁ ଯାଇ ଉପବାସରେ ରାତ୍ରି କ୍ଷେପଣ କଲା ଓ ବାଦ୍ୟଯନ୍ତ୍ରାଦି ତାହା ନିକଟକୁ ଅଣାଗଲା ନାହିଁ; ଆଉ, ତାହାର ନିଦ୍ରା ନୋହିଲା। 19ଏଥିଉତ୍ତାରେ ରାଜା ଅତି ପ୍ରଭାତରୁ ଉଠି ଶୀଘ୍ର ସିଂହମାନଙ୍କ ଗର୍ତ୍ତ ନିକଟକୁ ଗଲା। 20ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ୱରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, “ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ୱର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି?” 21ତହିଁରେ ଦାନିୟେଲ ରାଜାଙ୍କୁ କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ।” 22ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ। 23ତହିଁରେ ରାଜା ଅତିଶୟ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଜ୍ଞା ଦେଲା। ତହୁଁ ଦାନିୟେଲ ଗର୍ତ୍ତରୁ ଉଠାଗଲେ ଓ ତାଙ୍କ ଶରୀରରେ କୌଣସି ପ୍ରକାର କ୍ଷତ ଦେଖା ନ ଗଲା, କାରଣ ସେ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ କରିଥିଲେ। 24ଏଥିଉତ୍ତାରେ ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ। 25ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କ ନିକଟକୁ ପତ୍ର ଲେଖିଲା; “ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ। 26ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ; ପୁଣି ତାହାଙ୍କର କର୍ତ୍ତୃତ୍ୱ ଶେଷ ପର୍ଯ୍ୟନ୍ତ ହିଁ ଥିବ। 27ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି, ପୁଣି ସେ ସ୍ୱର୍ଗରେ ଓ ପୃଥିବୀରେ ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି।”

ପ୍ରତିଉତ୍ତର ଗୀତ

ଏହି ଅନୁବାଦରେ ନାହିଁ

ସୁସମାଚାର

ଲୂକ 21:20–28

20“କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମ ସହରକୁ ସୈନ୍ୟସାମନ୍ତ ଘେରିଥିବା ଦେଖିବ, ସେତେବେଳେ ତାହା ଧ୍ୱଂସ ହେବା ଯେ ସନ୍ନିକଟ, ଏହା ଜାଣ। 21ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ; ପୁଣି, ଯେଉଁମାନେ ନଗର ମଧ୍ୟରେ ଥାଆନ୍ତି, ସେମାନେ ପ୍ରସ୍ଥାନ କରନ୍ତୁ; ଆଉ, ଯେଉଁମାନେ ଗ୍ରାମଗୁଡ଼ିକରେ ଥାଆନ୍ତି, ସେମାନେ ନଗରରେ ପ୍ରବେଶ ନ କରନ୍ତୁ; 22କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ। 23ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ, 24ଆଉ ସେମାନେ ଖଡ୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୁଦୀ ମଧ୍ୟକୁ ନିଆଯିବେ, ପୁଣି, ଅଣଯିହୁଦୀମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦଦଳିତ ହୋଇ ରହିବ।” 25“ପୁଣି, ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ; ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ, 26ପୁଣି, ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବ। 27ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘରେ ଆଗମନ କରିବା ଦେଖିବେ। 28କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର