ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 26
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 26 ନଭେମ୍ବର 2027
ଶୁକ୍ରବାର · ସାଧାରଣ କାଳର 34ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 34ତମ ସପ୍ତାହର ଶୁକ୍ରବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
2ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ଡ ରୂପେ ବହିଲା। 3ପୁଣି, ଏକଆରେକଠାରୁ ଭିନ୍ନ ଚାରି ବୃହତ ପଶୁ ସମୁଦ୍ରରୁ ଉଠି ଆସିଲେ। 4ପ୍ରଥମ ପଶୁ ସିଂହ ତୁଲ୍ୟ ଓ ଉତ୍କ୍ରୋଶ ପକ୍ଷୀ ପରି ତାହାର ଡେଣା ଥିଲା; ମୁଁ ଦେଖୁ ଦେଖୁ ତାହାର ସେହି ଡେଣା ଉପୁଡ଼ା ଗଲା, ଆଉ ସେ ପୃଥିବୀରୁ ଉଠାଗଲା ଓ ମନୁଷ୍ୟ ପରି ଦୁଇ ଚରଣରେ ତାକୁ ଠିଆ କରାଗଲା, ପୁଣି ତାହାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା। 5ଏଥିଉତ୍ତାରେ ଦେଖ, ଆଉ ଗୋଟିଏ, ଅର୍ଥାତ୍, ଦ୍ୱିତୀୟ ପଶୁ ଭଲ୍ଲୁକର ସଦୃଶ ଥିଲା, ସେ ଏକ ପାର୍ଶ୍ୱରେ ଉଠାଗଲା ଓ ତାହାର ମୁଖରେ ଦନ୍ତ ମଧ୍ୟରେ ତିନି ଖଣ୍ଡ ପଞ୍ଜରା ଥିଲା; ଆଉ, ତାହାକୁ ଏହି କଥା କୁହାଗଲା, ‘ଉଠ, ଅନେକ ଲୋକଙ୍କୁ ଗ୍ରାସ କର।’ 6ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା ଆଉ, ତାହାକୁ କର୍ତ୍ତୃତ୍ୱ ଦିଆଗଲା। 7ଏଥିଉତ୍ତାରେ ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଦେଖ, ଚତୁର୍ଥ ପଶୁ, ସେ ଭୟଙ୍କର, କ୍ଷମତାପନ୍ନ ଓ ଅତିଶୟ ବଳବାନ ଓ ତାହାର ବଡ଼ ବଡ଼ ଲୌହମୟ ଦନ୍ତ ଥିଲା; ସେ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟ ଯାହା ରହିଲା, ତାହା ପଦ ତଳେ ଦଳିତ କଲା; ଆଉ, ସେ ତାହାର ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ; ପୁଣି ତାହାର ଦଶ ଶୃଙ୍ଗ ଥିଲା। 8ମୁଁ ସେହି ଶୃଙ୍ଗମାନର ବିଷୟ ଭାବନା କରୁ କରୁ ଦେଖ, ସେହିସବୁର ମଧ୍ୟରେ ଆଉ ଗୋଟିଏ ଶୃଙ୍ଗ ଉଠିଲା, ତାହା କ୍ଷୁଦ୍ର, ତାହା ସମ୍ମୁଖରେ ପ୍ରଥମ ଶୃଙ୍ଗମାନର ମଧ୍ୟରୁ ତିନିଗୋଟି ଶୃଙ୍ଗ ସମୂଳେ ଉତ୍ପାଟିତ ହେଲା; ପୁଣି ଦେଖ, ଏହି ଶୃଙ୍ଗରେ ମନୁଷ୍ୟର ଚକ୍ଷୁ ତୁଲ୍ୟ ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା। 9ମୁଁ ଦେଖୁ ଦେଖୁ, କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ। ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ, ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା। ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି। 10ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାର-ସଭା ବସିଲା ଓ ପୁସ୍ତକମାନ ଫିଟାଗଲା। 11ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେହି ସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା। 12ପୁଣି, ଅନ୍ୟ ପଶୁମାନଙ୍କଠାରୁ ସେମାନଙ୍କର କର୍ତ୍ତୃତ୍ୱ ନିଆଗଲା; ତଥାପି ଏକ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ସେମାନଙ୍କର ଆୟୁ ଦୀର୍ଘ କରାଗଲା। 13ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ। 14ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।
ପ୍ରତିଉତ୍ତର ଗୀତ
ଏହି ଅନୁବାଦରେ ନାହିଁ
ସୁସମାଚାର
29ଆଉ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କହିଲେ, “ଡିମ୍ବିରି ପୁଣି, ସମସ୍ତ ବୃକ୍ଷ ପ୍ରତି ଦୃଷ୍ଟିପାତ କର; 30ଯେତେବେଳେ ସେଗୁଡ଼ିକ ପଲ୍ଲବିତ ହୁଏ, ସେତେବେଳେ ତୁମ୍ଭେମାନେ ତାହା ଦେଖି ଗ୍ରୀଷ୍ମକାଳ ସନ୍ନିକଟ ହେଲାଣି ବୋଲି ନିଜେ ନିଜେ ଜାଣିଥାଅ; 31ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ଈଶ୍ବରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣ। 32ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ। 33ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର