Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 29

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 29 ନଭେମ୍ବର 2027

ସୋମବାର · ଆଗମନ କାଳର ପ୍ରଥମ ସପ୍ତାହ

ପର୍ବ ଓ ସନ୍ଥ

ଆଗମନ କାଳର ପ୍ରଥମ ସପ୍ତାହର ସୋମବାର

ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ

ଦିନର ପାଠ

ପ୍ରଥମ ପାଠ

ଯିଶା 2:1–5

1ଆମୋସର ପୁତ୍ର ଯିଶାଇୟ, ଯିହୁଦା ଓ ଯିରୂଶାଲମ ବିଷୟରେ ଯେଉଁ ଦର୍ଶନ ପାଇଲେ, ତହିଁର ବୃତ୍ତାନ୍ତ। 2ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ। 3ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ। 4ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ। 5ହେ ଯାକୁବ ବଂଶ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଦୀପ୍ତିରେ ଗମନ କରୁ।

ପ୍ରତିଉତ୍ତର ଗୀତ

ଗୀତ 122:1–2, 4–9

1ଆରୋହଣ ଗୀତ; ଦାଉଦଙ୍କ ରଚିତ। “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି। 2ହେ ଯିରୂଶାଲମ, ତୁମ୍ଭ ଦ୍ୱାର ଭିତରେ ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି; 4ଗୋଷ୍ଠୀବର୍ଗ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି। 5କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ-ବଂଶର ସିଂହାସନସବୁ ସ୍ଥାପିତ ଅଛି। 6ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର; ଯେଉଁମାନେ ତୁମ୍ଭକୁ ସ୍ନେହ କରନ୍ତି, ସେମାନେ ଅଶେଷ ଉନ୍ନତି କରିବେ। 7ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୌଭାଗ୍ୟ ହେଉ। 8ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ କହିବି, ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ। 9ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସକାଶେ ମୁଁ ତୁମ୍ଭର ମଙ୍ଗଳ ନିମନ୍ତେ ପ୍ରାର୍ଥନା କରିବି।

ସୁସମାଚାର

ମାଥି 8:5–11

5ଯୀଶୁ କଫର୍ନାହୂମ ନଗରରେ ପ୍ରବେଶ କରନ୍ତେ ଜଣେ ଶତ-ସେନାପତି ତାହାଙ୍କ ପାଖକୁ ଆସି ବିନତି କରି କହିଲେ, 6ହେ ପ୍ରଭୁ, ମୋହର ଦାସ ପକ୍ଷାଘାତ ରୋଗରେ ଅତିଶୟ ଯନ୍ତ୍ରଣା ପାଇ ଗୃହରେ ଶଯ୍ୟାଗତ ଅଛି। 7ସେ ତାହାକୁ କହିଲେ, “ମୁଁ ଯାଇ ତାହାକୁ ସୁସ୍ଥ କରିବି।” 8କିନ୍ତୁ ଶତ-ସେନାପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ। 9କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ କରେ। 10ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ। 11କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜନରେ ବସିବେ,

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର C, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର