ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 1
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 1 ଡିସେମ୍ବର 2027
ବୁଧବାର · ଆଗମନ କାଳର ପ୍ରଥମ ସପ୍ତାହ
ପର୍ବ ଓ ସନ୍ଥ
ଆଗମନ କାଳର ପ୍ରଥମ ସପ୍ତାହର ବୁଧବାର
ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ
ଦିନର ପାଠ
ପ୍ରଥମ ପାଠ
6ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ, ପୁରାତନ ଦ୍ରାକ୍ଷାରସର, ମେଦପୂର୍ଣ୍ଣ ଉତ୍ତମ ଖାଦ୍ୟଦ୍ରବ୍ୟର, ସୁନିର୍ମଳୀକୃତ ପୁରାତନ ଦ୍ରାକ୍ଷାରସର ଏକ ଭୋଜ ପ୍ରସ୍ତୁତ କରିବେ। 7ଆଉ, ସର୍ବଗୋଷ୍ଠୀୟମାନଙ୍କ ଉପରେ ଯେଉଁ ଓଢ଼ଣା ପଡ଼ିଅଛି ଓ ସର୍ବଦେଶୀୟମାନଙ୍କ ଉପରେ ଯେଉଁ ଆବରକ ବସ୍ତ୍ର ପ୍ରସାରିତ ହୋଇଅଛି, ତାହା ସେ ଏହି ପର୍ବତରେ ବିନାଶ କରିବେ। 8ସେ ମୃତ୍ୟୁକୁ ଅନନ୍ତକାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି। 9ପୁଣି, ସେହି ଦିନ ଏହି କଥା କୁହାଯିବ, “ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ୱର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ।” 10କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେହିପରି ମୋୟାବ ସ୍ୱ ସ୍ଥାନରେ ଦଳିତ ହେବ।
ପ୍ରତିଉତ୍ତର ଗୀତ
1ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ। 2ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି। 3ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି। 4ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି। 5ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି। 6ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।
ସୁସମାଚାର
29ଯୀଶୁ ସେଠାରୁ ପ୍ରସ୍ଥାନ କରି ଗାଲିଲୀ ସମୁଦ୍ର ନିକଟକୁ ଆସିଲେ, ଆଉ ପର୍ବତ ଉପରକୁ ଯାଇ ସେଠାରେ ବସିଲେ। 30ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି, ସେ ସେମାନଙ୍କୁ ସୁସ୍ଥ କଲେ। 31ଏହି ରୂପେ ମୂକମାନେ ଯେ କଥା କହୁଅଛନ୍ତି, ପଙ୍ଗୁମାନେ ସୁସ୍ଥ ହୋଇଅଛନ୍ତି, ଖଞ୍ଜମାନେ ଚାଲୁଅଛନ୍ତି ଓ ଅନ୍ଧମାନେ ଦେଖୁଅଛନ୍ତି, ଏହା ଦେଖି ଲୋକସମୂହ ଚମତ୍କୃତ ହେଲେ, ପୁଣି, ଇସ୍ରାଏଲର ଈଶ୍ବରଙ୍କ ମହିମା କୀର୍ତ୍ତନ କଲେ। 32ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, “ଏହି ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ; କାଳେ ବାଟରେ ଏମାନେ ମୂର୍ଚ୍ଛା ହୋଇଯାଇପାରନ୍ତି, ଏଥିପାଇଁ ସେମାନଙ୍କୁ ଅନାହାରରେ ବିଦାୟ ଦେବାକୁ ମୋହର ଇଚ୍ଛା ନାହିଁ।” 33ଶିଷ୍ୟମାନେ ତାହାଙ୍କୁ କହିଲେ, ଏତେ ଲୋକଙ୍କୁ ତୃପ୍ତ କରିବା ପାଇଁ ଆମ୍ଭେମାନେ ନିର୍ଜନ ସ୍ଥାନରେ କେଉଁଠାରୁ ଏତେ ରୁଟି ପାଇବା? 34ଯୀଶୁ ସେମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି?” ସେମାନେ କହିଲେ, ସାତୋଟି, ପୁଣି, ଅଳ୍ପ କେତୋଟି ସାନ ମାଛ। 35ସେଥିରେ ସେ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ, 36ଆଉ ଯୀଶୁ ସେହି ସାତୋଟି ରୁଟି ଓ ମାଛଗୁଡ଼ିକ ଘେନି ଧନ୍ୟବାଦ ଦେଇ ସେହିସବୁ ଶିଷ୍ୟମାନଙ୍କୁ ଦିଅନ୍ତେ ସେମାନେ ଲୋକସମୂହକୁ ଦେଲେ। 37ଆଉ ସମସ୍ତେ ଭୋଜନ କରି ପରିତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା, ତାହା ସେମାନେ ଉଠାଇ ସାତ ଟୋକେଇ ଭର୍ତ୍ତି କଲେ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର C, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର