Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 2

ଅର୍ଥୋଡକ୍ସ ପଞ୍ଜିକା · 19 ନଭେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 2 ଡିସେମ୍ବର 2027

ଗୁରୁବାର · ପେଣ୍ଟିକଷ୍ଟ ପରେ 24ତମ ସପ୍ତାହ · ସ୍ୱର 6

ପର୍ବ ଓ ସନ୍ଥ

Prophet Obadiah (9th C BC)

ଜନ୍ମ ପର୍ବର ଉପବାସ

ଉପବାସ: ତେଲ ସହିତ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ର.ଥେସ 5:1–8

1କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ, 2କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ। 3ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍‍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ। 4କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ, 5କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ। ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ; 6ଅତଏବ ଆସ ଆମ୍ଭେମାନେ ଅଣଯିହୁଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା। 7ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ ହୁଅନ୍ତି। 8କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଊରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ।

ସୁସମାଚାର

ଲୂକ 16:1–9

1ଯୀଶୁ ଶିଷ୍ୟମାନଙ୍କୁ ମଧ୍ୟ କହିଲେ, “ଜଣେ ଧନୀ ଲୋକ ଥିଲେ; ତାହାଙ୍କର ଜଣେ ବେବର୍ତ୍ତା ଥିଲେ, ଆଉ ସେ ତାହାଙ୍କର ସମ୍ପତ୍ତି ଅଯଥା ଖର୍ଚ୍ଚ କରିଦେଉଅଛି ବୋଲି ତାହା ବିଷୟରେ ଶୁଣି ସେ ତାହାକୁ ଡାକି କହିଲେ, 2ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ। 3ସେଥିରେ ସେହି ବେବର୍ତ୍ତା ମନେ ମନେ କହିଲା, କଅଣ କରିବି? ମୋହର ପ୍ରଭୁ ତ ମୋʼଠାରୁ ବେବର୍ତ୍ତାପଦ ଛଡ଼ାଇ ନେଉଅଛନ୍ତି। ମାଟି ହାଣିବାକୁ ମୋହର ବଳ ନାହିଁ, ଭିକ ମାଗିବାକୁ ମୋତେ ଲାଜ ଲାଗୁଅଛି। 4ମୁଁ ବେବର୍ତ୍ତାପଦରୁ ବାହାରିବା ପରେ ଲୋକ ଯେପରି ମୋତେ ଆପଣା ଆପଣା ଗୃହରେ ଗ୍ରହଣ କରିବେ, ଏଥିପାଇଁ କଅଣ କରିବି, ତାହା ବୁଝିଲିଣି। 5ପୁଣି, ସେ ଆପଣା ପ୍ରଭୁଙ୍କର ପ୍ରତ୍ୟେକ ଖାତକକୁ ପାଖକୁ ଡାକି ପ୍ରଥମ ଜଣକୁ କହିଲା, ତୁମ୍ଭେ ମୋ ପ୍ରଭୁଙ୍କର କେତେ ଧାର ନେଇଅଛ? ସେ କହିଲା, ଶହେ ମହଣ ତୈଳ। 6ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଶୀଘ୍ର ବସି ପଚାଶ ବୋଲି ଲେଖ। 7ତାହା ପରେ ସେ ଆଉ ଜଣକୁ କହିଲା, ‘ତୁମ୍ଭେ କେତେ ଧାର ନେଇଅଛ?’ ସେ କହିଲା, ‘ଶହେ ଭରଣ ଗହମ।’ ସେ ତାହାକୁ କହିଲା, ‘ତୁମ୍ଭର ରସିଦ ନେଇ ଅଶୀ ବୋଲି ଲେଖ।’ 8ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ; ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ। 9ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 19 ନାଗରିକ ପଞ୍ଜିକାର ଡିସେମ୍ବର 2। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର