ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 3
ଅର୍ଥୋଡକ୍ସ ପଞ୍ଜିକା · 20 ନଭେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 3 ଡିସେମ୍ବର 2027
ଶୁକ୍ରବାର · ପେଣ୍ଟିକଷ୍ଟ ପରେ 24ତମ ସପ୍ତାହ · ସ୍ୱର 6
ପର୍ବ ଓ ସନ୍ଥ
Forefeast of the Entry of the Theotokos
ଜନ୍ମ ପର୍ବର ଉପବାସ
ଉପବାସ: ତେଲ ବିନା ରନ୍ଧା ଖାଦ୍ୟ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
9କାରଣ ଈଶ୍ବର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି। 10ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ବା ନିଦ୍ରିତ ଥାଉ ତାହାଙ୍କ ସହିତ ଜୀବିତ ରହିବୁ। 11ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ। 12ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତ ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର, 13ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟନ୍ତ ଆଦର କର। ପରସ୍ପର ସଙ୍ଗରେ ଶାନ୍ତିରେ ରୁହ। 24ଯେ ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସାହାଯ୍ୟ କରିବେ। 25ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର। 26ସମସ୍ତ ଭାଇଙ୍କୁ ପବିତ୍ର ଚୁମ୍ବନ ଦେଇ ନମସ୍କାର କର। 27ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଇ ଅନୁରୋଧ କରୁଅଛି। 28ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।
ପତ୍ର (ଶନିବାର ପାଇଁ)
1ତୁମ୍ଭେମାନେ ଯଦି ମୋହର ଅଳ୍ପ ନିର୍ବୋଧତା ସହ୍ୟ କରନ୍ତ! ହଁ, ତୁମ୍ଭେମାନେ ତ ମୋʼ ପ୍ରତି ସହିଷ୍ଣୁ। 2କାରଣ ଈଶ୍ବରଙ୍କ ବିଷୟକ ଉଦ୍ଯୋଗରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ଉଦ୍ଯୋଗୀ, ଯେଣୁ ମୁଁ ତୁମ୍ଭମାନଙ୍କୁ ସତୀ କନ୍ୟା ସଦୃଶ ଏକ ସ୍ୱାମୀଠାରେ, ଅର୍ଥାତ୍, ଖ୍ରୀଷ୍ଟଙ୍କଠାରେ, ସମର୍ପଣ କରିବା ନିମନ୍ତେ ବାଗ୍ଦାନ କରିଅଛି। 3କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି। 4କାରଣ ଯେଉଁ ଯୀଶୁଙ୍କୁ ଆମ୍ଭେମାନେ ପ୍ରଚାର କଲୁ ନାହିଁ, ଏପରି ଅନ୍ୟ ଯୀଶୁଙ୍କୁ ଯଦି କେହି ଆସି ପ୍ରଚାର କରେ, ବା ଯେଉଁ ଆତ୍ମା ତୁମ୍ଭେମାନେ ପ୍ରାପ୍ତ ହେଲ ନାହିଁ, ଏପରି ଅନ୍ୟ ଏକ ଆତ୍ମା ପ୍ରାପ୍ତ ହୁଅ, ଅବା ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କଲ ନାହିଁ, ଏପରି ଅନ୍ୟ ଏକ ସୁସମାଚାର ପ୍ରାପ୍ତ ହୁଅ, ତାହାହେଲେ ତୁମ୍ଭେମାନେ ତ ବଡ଼ ସହିଷ୍ଣୁ। 5କାରଣ ସେହି ଶ୍ରେଷ୍ଠତର ପ୍ରେରିତମାନଙ୍କଠାରୁ ମୁଁ ଯେକୌଣସି ପ୍ରକାରେ କ୍ଷୁଦ୍ର ନୁହେଁ, ଏହା ମନେ କରୁଅଛି। 6କିନ୍ତୁ ଯଦ୍ୟପି ମୁଁ ବକ୍ତୃତାରେ ପାରଙ୍ଗମ ନୁହେଁ, ତଥାପି ମୁଁ ଜ୍ଞାନରେ ଅପାରଙ୍ଗମ ନୁହେଁ ପ୍ରକୃତରେ ଆମ୍ଭେମାନେ ସମସ୍ତ ପ୍ରକାରେ ସମସ୍ତ ବିଷୟରେ ତୁମ୍ଭମାନଙ୍କ ପ୍ରତି ଏହା ପ୍ରକାଶ କଲୁ।
ସୁସମାଚାର
15ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ବର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ବରଙ୍କ ଦୃଷ୍ଟିରେ ଘୃଣିତ। 16ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ପ୍ରଚଳିତ ଥିଲା; ସେହି ସମୟଠାରୁ ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର ହେଉଅଛି, ଆଉ ପ୍ରତ୍ୟେକ ଲୋକ ପରାକ୍ରମ ପୂର୍ବକ ସେଥିରେ ପ୍ରବେଶ କରୁଅଛନ୍ତି। 17କିନ୍ତୁ ଇଶ୍ବରଙ୍କ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ। 18ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ପୁଣି, ଯେ ସ୍ୱାମୀ ଦ୍ୱାରା ପରିତ୍ୟାଗ କରାଯାଇଥିବା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ।” 17:1ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ୱାରା ତାହା ଘଟିବ, ହାୟ, ସେ ଦଣ୍ଡର ପାତ୍ର; 2ଏହି ସାନ ପିଲାମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ପକାଇ ଦିଆଯାଇଥିଲେ ତାହା ପାଇଁ ଭଲ ହୋଇଥାଆନ୍ତା। 3ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ। ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ-ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ। 4ପୁଣି, ଯଦି ସେ ଦିନ ଭିତରେ ସାତ ଥର ତୁମ୍ଭ ବିରୁଦ୍ଧରେ ପାପ କରେ ଓ ସାତ ଥର ତୁମ୍ଭ ନିକଟକୁ ଫେରିଆସି ମୁଁ ମନ-ପରିବର୍ତ୍ତନ କରୁଅଛି ବୋଲି କହେ, ତେବେ ତାହାକୁ କ୍ଷମା କର।”
ସୁସମାଚାର (ଶନିବାର ପାଇଁ)
57ସେମାନେ ବାଟରେ ଯାଉଥିବା ସମୟରେ ଜଣେ ଲୋକ ତାହାଙ୍କୁ କହିଲେ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି। 58ଯୀଶୁ ତାହାଙ୍କୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।” 59ପୁଣି, ସେ ଆଉ ଜଣକୁ କହିଲେ, “ମୋହର ଅନୁଗମନ କର।” କିନ୍ତୁ ସେ କହିଲେ, ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ ଅପେକ୍ଷା କରିବା ପାଇଁ ଏବଂ ତାହାଙ୍କୁ ସମାଧି ଦେବା ପର୍ଯ୍ୟନ୍ତ ରହିବା ପାଇଁ ମୋତେ ଅନୁମତି ଦିଅନ୍ତୁ। 60ମାତ୍ର ସେ ତାହାଙ୍କୁ କହିଲେ, “ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ, କିନ୍ତୁ ତୁମ୍ଭେ ଯାଇ ଈଶ୍ବରଙ୍କ ରାଜ୍ୟ ପ୍ରଚାର କର।” 61ଆଉ ଜଣେ ମଧ୍ୟ କହିଲେ, ପ୍ରଭୁ, ମୁଁ ଆପଣଙ୍କର ଅନୁଗମନ କରିବି, ମାତ୍ର ପ୍ରଥମେ ମୋହର ଗୃହରେ ଥିବା ଲୋକମାନଙ୍କଠାରୁ ବିଦାୟ ନେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ। 62କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ଯେ ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ, ସେ ଈଶ୍ବରଙ୍କ ରାଜ୍ୟର ଯୋଗ୍ୟ ନୁହେଁ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 20 ନାଗରିକ ପଞ୍ଜିକାର ଡିସେମ୍ବର 3। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର