Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 5

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 5 ଡିସେମ୍ବର 2027

ରବିବାର · ଆଗମନ କାଳର ଦ୍ୱିତୀୟ ସପ୍ତାହ

ପର୍ବ ଓ ସନ୍ଥ

ଆଗମନ କାଳର ଦ୍ୱିତୀୟ ରବିବାର

ରବିବାର · ଉପାସନାର ରଙ୍ଗ: ବାଇଗଣୀ

ଦିନର ପାଠ

ପ୍ରଥମ ପାଠ

ଏହି ଅନୁବାଦରେ ନାହିଁ

ପ୍ରତିଉତ୍ତର ଗୀତ

ଗୀତ 126:1–6

1ଆରୋହଣ ଗୀତ। ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ। 2ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।” 3ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ। 4ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର। 5ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ। 6ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ।

ଦ୍ୱିତୀୟ ପାଠ

ଫିଲି 1:4–6, 8–11

4ପ୍ରଥମ ଦିନଠାରୁ ଆଜି ପର୍ଯ୍ୟନ୍ତ ସୁସମାଚାରର ପକ୍ଷରେ ତୁମ୍ଭମାନଙ୍କ ସହଭାଗିତା ହେତୁ 5ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି 6କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ; 8କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ବର ମୋହର ସାକ୍ଷୀ। 9ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ, 10ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରିପାର, ପୁଣି, ଈଶ୍ବରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ, 11ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।

ସୁସମାଚାର

ଲୂକ 3:1–6

1ତିବିରୀୟା କାଇସରଙ୍କ ଶାସନର ପନ୍ଦର ବର୍ଷରେ, ଯେତେବେଳେ ପନ୍ତିୟ ପୀଲାତ ଯିହୂଦିୟା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାହାଙ୍କ ଭାଇ ଫିଲିପ୍ପ ଈତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି, ଲୂସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ 2ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ବରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା। 3ସେଥିରେ ସେ ଯର୍ଦ୍ଦନ ନଦୀର ନିକଟବର୍ତ୍ତୀ ସମସ୍ତ ଅଞ୍ଚଳକୁ ଯାଇ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ, 4ଯେପରି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଲିଖିତ ଅଛି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର; 5ପ୍ରତ୍ୟେକ ଉପତ୍ୟକା ପୂର୍ଣ୍ଣ କରାଯିବ, ପୁଣି, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ, ବକ୍ର ପଥସବୁ ସିଧା ହେବ, ଆଉ ଉଚ୍ଚ ନୀଚ ଭୂମି ସମତଳ ପଥରେ ପରିଣତ ହେବ; 6ପୁଣି, ସମସ୍ତ ମନୁଷ୍ୟ ଈଶ୍ବରଙ୍କ ପରିତ୍ରାଣ ଦେଖିବେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର C, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର