ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 6
ଅର୍ଥୋଡକ୍ସ ପଞ୍ଜିକା · 23 ନଭେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 6 ଡିସେମ୍ବର 2027
ସୋମବାର · ପେଣ୍ଟିକଷ୍ଟ ପରେ 25ତମ ସପ୍ତାହ · ସ୍ୱର 7
ପର୍ବ ଓ ସନ୍ଥ
Afterfeast of the Entry of the Theotokos
ଜନ୍ମ ପର୍ବର ଉପବାସ
ଉପବାସ: ତେଲ ବିନା ରନ୍ଧା ଖାଦ୍ୟ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
1ପାଉଲ, ସିଲ୍ୱାନ ଓ ତୀମଥି ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀ ସହରର ମଣ୍ଡଳୀ ନିକଟକୁ ପତ୍ର; 2ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। 3ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ ଅଟେ। କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି, 4ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ବରଙ୍କ ମଣ୍ଡଳୀ-ସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ। 5ଈଶ୍ବରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ବରଙ୍କ ଉଚିତ୍ ବିଚାରର ପ୍ରତ୍ୟକ୍ଷ ପ୍ରମାଣ, 6କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ, 7ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କ୍ଳେଶ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ; 8ଯେଉଁମାନେ ଈଶ୍ବରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ, 9ଅର୍ଥାତ୍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ), 10ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍ ପ୍ରଭୁଙ୍କ ଛାମୁରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ।
ପତ୍ର (ସନ୍ଥ ଆଲେକଜାଣ୍ଡର୍ଙ୍କ ପାଇଁ)
22କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, 23ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ। 24ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି। 25ଯଦି ଆମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ କରିଅଛୁ, ତେବେ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ। 26ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ। 6:1ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ। 2ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।
ସୁସମାଚାର
20ଈଶ୍ବରଙ୍କ ରାଜ୍ୟ କେବେ ଆସୁଅଛି, ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାରୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବରଙ୍କ ରାଜ୍ୟ ଦୃଶ୍ୟ ଭାବରେ ଆସେ ନାହିଁ; 21କିମ୍ବା ଦେଖ, ଏଠାରେ ବା ସେଠାରେ ବୋଲି ଲୋକ କହିବେ ନାହିଁ; କାରଣ ଦେଖ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ମଧ୍ୟରେ ଅଛି।” 22କିନ୍ତୁ ସେ ଶିଷ୍ୟମାନଙ୍କୁ କହିଲେ, “ଏପରି ସମୟ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କର ଦିନଗୁଡ଼ିକ ମଧ୍ୟରୁ ଗୋଟିଏ ଦିନ ଦେଖିବାକୁ ଇଚ୍ଛା କରିବ, କିନ୍ତୁ ଦେଖିବ ନାହିଁ। 23ଦେଖ, ଏଠାରେ ବା ସେଠାରେ ଲୋକେ ତୁମ୍ଭମାନଙ୍କୁ କହିବେ; କିନ୍ତୁ ତୁମ୍ଭେମାନେ ଯାଅ ନାହିଁ କିମ୍ବା ସେମାନଙ୍କର ଅନୁସରଣ କର ନାହିଁ। 24କାରଣ ବିଜୁଳି ମାରି ଯେପରି ଆକାଶରୁ ଗୋଟିଏ ପାଖରୁ ଆରପାଖ ପର୍ଯ୍ୟନ୍ତ ଆଲୁଅ ଦିଏ, ମନୁଷ୍ୟପୁତ୍ର ଆପଣା ଦିନରେ ସେହିପରି ହେବେ। 25ଅବଶ୍ୟ ଅନେକ ଦୁଃଖଭୋଗ କରିବାକୁ ହେବ ଓ ଏହି ବର୍ତ୍ତମାନ ପୁରୁଷ ଦ୍ୱାରା ଅଗ୍ରାହ୍ୟ ହେବାକୁ ହେବ।
ସୁସମାଚାର (ସନ୍ଥ ଆଲେକଜାଣ୍ଡର୍ଙ୍କ ପାଇଁ)
27ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ। 28ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି। 29ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; 30ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 23 ନାଗରିକ ପଞ୍ଜିକାର ଡିସେମ୍ବର 6। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର