Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 8

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 8 ଡିସେମ୍ବର 2027

ବୁଧବାର · ଆଗମନ କାଳର ଦ୍ୱିତୀୟ ସପ୍ତାହ

ପର୍ବ ଓ ସନ୍ଥ

ଧନ୍ୟା କୁମାରୀ ମରୀୟମଙ୍କ ନିଷ୍କଳଙ୍କ ଗର୍ଭାଗମନ

ମହାପର୍ବ · ଉପାସନାର ରଙ୍ଗ: ଧଳା

ଦିନର ପାଠ

ପ୍ରଥମ ପାଠ

ଆଦି 3:9–15, 20

9ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ?” 10ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।” 11ପରମେଶ୍ୱର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ?” 12ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।” 13ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।” 14ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ। 15ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।” 20ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।

ପ୍ରତିଉତ୍ତର ଗୀତ

ଗୀତ 98:1–4

1ଗୀତ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି। 2ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି। 3ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି। 4ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର; ଉଚ୍ଚଧ୍ୱନି କର, ଆନନ୍ଦଗାନ କର ଓ ପ୍ରଶଂସା ଗାନ କର।

ଦ୍ୱିତୀୟ ପାଠ

ଏଫି 1:3–6, 11–12

3ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି, 4ଅର୍ଥାତ୍‍ ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ; 5ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ; 6ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି। 11ତାହାଙ୍କଠାରେ ମଧ୍ୟ ଆମ୍ଭେ ବିଶ୍ୱାସୀମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ବର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେ ବିଶ୍ୱାସୀମାନେ ପୂର୍ବରୁ ନିରୂପିତ ହେଲୁ, 12ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ, ତାହା ଯେପରି ଈଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ।

ସୁସମାଚାର

ଲୂକ 1:26–38

26ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ବରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ; 27ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ। 28ସେ ଗୃହରେ ପ୍ରବେଶ କରି ତାହାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ। 29କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ବିଚଳିତ ହୋଇ ଏହା କି ପ୍ରକାର ବାକ୍ୟ ବୋଲି ମନରେ ବିଚାର କରିବାକୁ ଲାଗିଲେ। 30ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ବରଙ୍କ ଛାମୁରେ ଅନୁଗ୍ରହ ପାଇଅଛ। 31ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ। 32ସେ ମହାନ ହେବେ ଓ ମହାନ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ବର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ, 33ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ। 34କିନ୍ତୁ ମରୀୟମ ଦୂତଙ୍କୁ କହିଲେ, ଏହା କିପରି ହେବ? ମୁଁ ତ ପୁରୁଷକୁ ଜାଣେ ନାହିଁ। 35ଦୂତ ତାହାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ। 36ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି। ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି; 37କାରଣ ଈଶ୍ବରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ। 38ଏଥିରେ ମରୀୟମ କହିଲେ, ଦେଖନ୍ତୁ, ମୁଁ ପ୍ରଭୁଙ୍କ ଦାସୀ; ଆପଣଙ୍କ ବାକ୍ୟାନୁସାରେ ମୋʼ ପ୍ରତି ଘଟୁ। ତାହା ପରେ ଦୂତ ତାହାଙ୍କ ନିକଟରୁ ପ୍ରସ୍ଥାନ କଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର C, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର