Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 9

ଅର୍ଥୋଡକ୍ସ ପଞ୍ଜିକା · 26 ନଭେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 9 ଡିସେମ୍ବର 2027

ଗୁରୁବାର · ପେଣ୍ଟିକଷ୍ଟ ପରେ 25ତମ ସପ୍ତାହ · ସ୍ୱର 7

ପର୍ବ ଓ ସନ୍ଥ

Venerable Alypios the Stylite of Adrianopolis († 640)

ଜନ୍ମ ପର୍ବର ଉପବାସ

ଉପବାସ: ତେଲ ସହିତ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଦ୍ଵି.ଥେସ 2:13–3:5

13କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ବରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ବର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି; 14ସେଥିପାଇଁ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ୱାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଡାକିଅଛନ୍ତି। 15ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି, ଆମ୍ଭମାନଙ୍କ ବାକ୍ୟ କିମ୍ବା ପତ୍ର ଦ୍ୱାରା ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେହିସବୁ ଧରି ରଖ। 16ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ବର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି, 17ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ୱନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ। 3:1ଶେଷରେ, ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ପ୍ରଭୁଙ୍କ ବାକ୍ୟ ତୁମ୍ଭମାନଙ୍କ ମଧ୍ୟରେ ଯେଉଁରୂପେ ବ୍ୟାପିଅଛି, ସେହିରୂପେ ସର୍ବତ୍ର ଶୀଘ୍ର ବ୍ୟାପିଯାଇ ଗୌରବପ୍ରାପ୍ତ ହେବ, 2ପୁଣି, ଯେପରି ଆମ୍ଭେମାନେ ଅବିବେଚକ ଓ ଦୁଷ୍ଟ ଲୋକମାନଙ୍କଠାରୁ ଉଦ୍ଧାର ପାଇବୁ; କାରଣ ସମସ୍ତଙ୍କର ବିଶ୍ୱାସ ନାହିଁ। 3କିନ୍ତୁ ପ୍ରଭୁ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସ୍ଥିର କରି ମନ୍ଦରୁ ରକ୍ଷା କରିବେ। 4ଆମ୍ଭେମାନେ ଯେଉଁ ସବୁ ଆଦେଶ ଦେଉଅଛୁ, ସେହିସବୁ ଯେ ତୁମ୍ଭେମାନେ କରୁଅଛ ଓ କରିବ, ଏହା ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଆମ୍ଭମାନଙ୍କର ଦୃଢ଼ ବିଶ୍ୱାସ। 5ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ବରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ସହିଷ୍ଣୁତା ରୂପ ପଥରେ କଢାନ୍ତୁ।

ସୁସମାଚାର

ଲୂକ 18:31–34

31ପରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ; 32କାରଣ ସେ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପିତ ହେବେ, ପୁଣି, ସେମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ପ୍ରତି ଅତ୍ୟାଚାର କରି ତାହାଙ୍କ ଉପରେ ଛେପ ପକାଇବେ, 33ତାହାଙ୍କୁ କୋରଡ଼ା ମାରି ବଧ କରିବେ, ଆଉ ତୃତୀୟ ଦିନରେ ସେ ପୁନର୍ବାର ଉଠିବେ।” 34କିନ୍ତୁ ଶିଷ୍ୟମାନେ ଏହିସବୁ ବିଷୟ କିଛି ବୁଝିଲେ ନାହିଁ; ଏହି ବାକ୍ୟ ସେମାନଙ୍କଠାରୁ ଗୁପ୍ତ ହୋଇ ରହିଲା, ପୁଣି, ଯାହା କୁହାଯାଉଥିଲା, ସେ ସବୁ ବୁଝୁ ନ ଥିଲେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 26 ନାଗରିକ ପଞ୍ଜିକାର ଡିସେମ୍ବର 9। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର