Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 10

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 10 ଡିସେମ୍ବର 2027

ଶୁକ୍ରବାର · ଆଗମନ କାଳର ଦ୍ୱିତୀୟ ସପ୍ତାହ

ପର୍ବ ଓ ସନ୍ଥ

ଆଗମନ କାଳର ଦ୍ୱିତୀୟ ସପ୍ତାହର ଶୁକ୍ରବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ବାଇଗଣୀ

ଲୋରେଟୋର ମାତା ମରୀୟମ · ଇଚ୍ଛାଧୀନ ସ୍ମୃତି ଦିବସ

ଉପବାସ ଓ ପ୍ରାୟଶ୍ଚିତ୍ତ

ପ୍ରାୟଶ୍ଚିତ୍ତର ଦିନ

ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।

ଦିନର ପାଠ

ପ୍ରଥମ ପାଠ

ଯିଶା 48:17–19

17ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ, ଏହି କଥା କହନ୍ତି; “ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ। 18ଆଃ, ତୁମ୍ଭେ ଯଦି ଆମ୍ଭ ଆଜ୍ଞାରେ ମନୋଯୋଗ କରିଥାʼନ୍ତ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥାʼନ୍ତା; 19ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥାʼନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥାʼନ୍ତା।”

ପ୍ରତିଉତ୍ତର ଗୀତ

ଗୀତ 1:1–4, 6

1ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ, 2ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ। 3ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ। 4ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି। 6କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।

ସୁସମାଚାର

ମାଥି 11:16–19

16କିନ୍ତୁ ମୁଁ କାହା ସାଙ୍ଗରେ ବର୍ତ୍ତମାନ ପୁରୁଷର ତୁଳନା କରିବି? ପିଲାମାନଙ୍କ ପରି ଯେଉଁମାନେ ହାଟବଜାରରେ ବସି ଅନ୍ୟମାନଙ୍କୁ ଡାକି କହନ୍ତି, 17‘ଆମ୍ଭେମାନେ ତୁମ୍ଭମାନଙ୍କ ପାଖରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ ଛାତିରେ ମାରି ହେଲ ନାହିଁ ବର୍ତ୍ତମାନ ପୁରୁଷ ସେମାନଙ୍କ ପରି।’ 18କାରଣ ଯୋହନ ଆସି ଭୋଜନପାନ କଲେ ନାହିଁ, ଆଉ ଲୋକେ କହନ୍ତି, ‘ସେ ଭୂତଗ୍ରସ୍ତ।’ 19ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହେଲା।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର C, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର