Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 11

ଅର୍ଥୋଡକ୍ସ ପଞ୍ଜିକା · 28 ନଭେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 11 ଡିସେମ୍ବର 2027

ଶନିବାର · ପେଣ୍ଟିକଷ୍ଟ ପରେ 25ତମ ସପ୍ତାହ · ସ୍ୱର 7

ପର୍ବ ଓ ସନ୍ଥ

Hieromartyr and Confessor Stephen the New of the Mount of St Auxentius († 767)

ଜନ୍ମ ପର୍ବର ଉପବାସ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଗାଲା 1:3–10

3ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ; 4ସେ ଆମ୍ଭମାନଙ୍କ ପିତା ଈଶ୍ବରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ; 5ଯୁଗେ ଯୁଗେ ତାହାଙ୍କର ଗୌରବ ହେଉ। ଆମେନ୍‍। 6ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି; 7ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି। 8କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ। 9ଯେପରି ଆମ୍ଭେମାନେ ପୂର୍ବରେ କହିଅଛୁ, ସେହିପରି ମୁଁ ଏବେ ଆଉ ଥରେ କହୁଅଛି, ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କରିଥିଲ, ତା ବ୍ୟତୀତ ଯଦି କୌଣସି ଲୋକ ଅନ୍ୟ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ। 10ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ବରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ।

ସୁସମାଚାର

ଲୂକ 10:19–21

19ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ। 20ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖାଅଛି, ଏଥିରେ ଆନନ୍ଦ କର।” 21ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, “ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥିନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 28 ନାଗରିକ ପଞ୍ଜିକାର ଡିସେମ୍ବର 11। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର