Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 13

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 13 ଡିସେମ୍ବର 2027

ସୋମବାର · ଆଗମନ କାଳର ତୃତୀୟ ସପ୍ତାହ

ପର୍ବ ଓ ସନ୍ଥ

ଆଗମନ କାଳର ତୃତୀୟ ସପ୍ତାହର ସୋମବାର

ସ୍ମୃତି ଦିବସ · ଉପାସନାର ରଙ୍ଗ: ନାଲି

ସନ୍ଥ ଲୁସି, କୁମାରୀ ଓ ଶହୀଦ · ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଗଣ 24:2–7, 15–17

2ତହିଁରେ ବିଲୀୟମ୍‍ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ। 3ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍‍ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି, 4ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି। 5ହେ ଯାକୁବ, ତୁମ୍ଭର ତମ୍ବୁସବୁ, ହେ ଇସ୍ରାଏଲ, ତୁମ୍ଭର ଆବାସ ସବୁ କିପରି ମନୋହର! 6ତାହାସବୁ ଉପତ୍ୟକା ତୁଲ୍ୟ ବିସ୍ତାରିତ, ନଦୀତୀରସ୍ଥ ଉଦ୍ୟାନ ତୁଲ୍ୟ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ, ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟେ। 7ତାହାର କଳସରୁ ଜଳ ଉଚ୍ଛୁଳିବ, ତାହାର ବୀଜ ଅନେକ ଜଳରେ ପଡ଼ିବ, ପୁଣି, ତାହାର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବେ ଓ ତାହାର ରାଜ୍ୟ ଉନ୍ନତ ହେବ। 15ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍‍ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି; 16ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବୋପରିସ୍ଥଙ୍କର ତତ୍ତ୍ୱ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି; 17ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ ଶେଥର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।

ପ୍ରତିଉତ୍ତର ଗୀତ

ଗୀତ 25:4–9

4ହେ ସଦାପ୍ରଭୋ, ତୁମ୍ଭର ପଥସବୁ ମୋତେ ଦେଖାଅ; ତୁମ୍ଭର ମାର୍ଗସବୁ ମୋତେ ଶିଖାଅ। 5ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋʼ ପରିତ୍ରାଣର ପରମେଶ୍ୱର ଅଟ; ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ। 6ହେ ସଦାପ୍ରଭୋ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। କାରଣ ତାହା ଅନାଦିକାଳୀନ। 7ମୋʼ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୋ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର। 8ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ। 9ସେ ନମ୍ର ଲୋକକୁ ବିଚାର ମାର୍ଗରେ କଢ଼ାଇ ନେବେ ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ।

ସୁସମାଚାର

ମାଥି 21:23–27

23ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା? 24ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ଯଦି ତୁମ୍ଭେମାନେ ମୋତେ ତାହା କହିବ, ତେବେ କେଉଁ ଅଧିକାରରେ ମୁଁ ଏହି ସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି। 25ଯୋହନଙ୍କର ବାପ୍ତିସ୍ମ କେଉଁଠାରୁ ହୋଇଥିଲା? ସ୍ୱର୍ଗରୁ ବା ମନୁଷ୍ୟଠାରୁ?” ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ ଆମ୍ଭମାନଙ୍କୁ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ? 26କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି। 27ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ। ସେ ମଧ୍ୟ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର C, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର