ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 14
ଅର୍ଥୋଡକ୍ସ ପଞ୍ଜିକା · 1 ଡିସେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 14 ଡିସେମ୍ବର 2027
ମଙ୍ଗଳବାର · ପେଣ୍ଟିକଷ୍ଟ ପରେ 26ତମ ସପ୍ତାହ · ସ୍ୱର 8
ପର୍ବ ଓ ସନ୍ଥ
Prophet Naum (7th C BC)
ଜନ୍ମ ପର୍ବର ଉପବାସ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
8କିନ୍ତୁ ମୋଶାଙ୍କ ବ୍ୟବସ୍ଥା ଧାର୍ମିକ ଲୋକ ନିମନ୍ତେ ନିରୂପିତ ନ ହୋଇ ସ୍ୱେଚ୍ଛାଚାରୀ ଓ ଅବାଧ୍ୟ, ଅଧାର୍ମିକ ଓ ପାପୀ, ଅଶୁଚି ଓ ଧର୍ମଦ୍ୱେଷୀ, ପିତୃହନ୍ତା ଓ ମାତୃହନ୍ତା, 9ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟ-ଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ ପୁଣି, ଉତ୍ତମ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ନିରୂପିତ ହୋଇଅଛି, 10ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ; 11ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ବରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ। 12ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ୱସ୍ତ ମନେ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି, 13ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି; 14ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ୱାସ ଓ ପ୍ରେମ ସହକାରେ ମୋ ପ୍ରତି ଅତି ପ୍ରଚୁର ହେଲା।
ସୁସମାଚାର
45ଆଉ, ସେ ମନ୍ଦିରରେ ପ୍ରବେଶ କରି ବେପାରୀମାନଙ୍କୁ ବାହାର କରିବାକୁ ଲାଗିଲେ, 46“ଲେଖାଅଛି, ‘ଆମ୍ଭର ଗୃହ ପ୍ରାର୍ଥନାଗୃହ ହେବ,’ କିନ୍ତୁ ତୁମ୍ଭେମାନେ ତାହାକୁ ଦୁଷ୍କର୍ମକାରୀମାନଙ୍କର ବାସସ୍ଥାନ କରିଅଛ।” 47ଆଉ ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ, 48କିନ୍ତୁ ଲୋକ ସମସ୍ତେ ଆଗ୍ରହରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କଅଣ କରିବେ ବୋଲି ସ୍ଥିର କରିପାରୁ ନ ଥିଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 1 ନାଗରିକ ପଞ୍ଜିକାର ଡିସେମ୍ବର 14। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର