Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 15

ଅର୍ଥୋଡକ୍ସ ପଞ୍ଜିକା · 2 ଡିସେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 15 ଡିସେମ୍ବର 2027

ବୁଧବାର · ପେଣ୍ଟିକଷ୍ଟ ପରେ 26ତମ ସପ୍ତାହ · ସ୍ୱର 8

ପର୍ବ ଓ ସନ୍ଥ

Prophet Habakuk (7th C BC)

ଜନ୍ମ ପର୍ବର ଉପବାସ

ଉପବାସ: ତେଲ ବିନା ରନ୍ଧା ଖାଦ୍ୟ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ର.ତୀମ 1:18–20; 2:8–15

18ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଏହି ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରିପାର; 19ବିଶ୍ୱାସ ଓ ଶୁଚି ବିବେକ ଧରି ରଖ; ତାହା ପରିତ୍ୟାଗ କରିବାରୁ କେତେକଙ୍କର ବିଶ୍ୱାସରୂପ ଜାହାଜ ଭାଙ୍ଗି ଯାଇଅଛି, 20ସେମାନଙ୍କ ମଧ୍ୟରୁ ହୁମନାୟ ଓ ଆଲେକ୍‌ଜାଣ୍ଡର ଅନ୍ୟତମ; ଏମାନେ ଯେପରି ଶାସନ ପାଇ ଈଶ୍ବର ନିନ୍ଦା ନ କରନ୍ତି, ଏଥିପାଇଁ ମୁଁ ଏମାନଙ୍କୁ ଶୟତାନ ହାତରେ ସମର୍ପଣ କଲି। 2:8ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ। 9ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି 10ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ। 11ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ୱୀକାର କରି ନୀରବରେ ଶିକ୍ଷା ଗ୍ରହଣ କରୁ। 12ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ନୀରବରେ ରହୁ। 13କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା; 14ଆଉ ଆଦମ ପ୍ରବଞ୍ଚିତ ହୋଇ ନ ଥିଲେ, ମାତ୍ର ନାରୀ ପ୍ରବଞ୍ଚିତା ହୋଇ ଆଜ୍ଞାଲଙ୍ଘନ ଦୋଷରେ ଦୋଷୀ ହେଲେ; 15କିନ୍ତୁ ସେମାନେ ଉତ୍ତମ ବୁଦ୍ଧିର ସହ ବିଶ୍ୱାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ ସେ ସନ୍ତାନ ପ୍ରସବ କରିବା ଦ୍ୱାରା ପରିତ୍ରାଣ ପାଇବେ।

ସୁସମାଚାର

ଲୂକ 20:1–8

1ଏଥିମଧ୍ୟରେ ଦିନେ ଯୀଶୁ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନମାନଙ୍କ ସହିତ ଆସି ତାହାଙ୍କୁ କହିଲେ, 2ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ, ଅବା, ଯେ ତୁମ୍ଭକୁ ଏ ଅଧିକାର ଦେଲା, ସେ କିଏ, ଆମ୍ଭମାନଙ୍କୁ କୁହ? 3କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ କୁହ, 4ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ଥିଲା?” 5ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ? 6କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକ ସମସ୍ତେ ଆମ୍ଭମାନଙ୍କୁ ପଥର ଫୋପାଡ଼ି ମାରିପକାଇବେ, କାରଣ ଯୋହନ ଯେ ଜଣେ ଭାବବାଦୀ, ଏହା ସେମାନଙ୍କର ଦୃଢ଼ ବିଶ୍ୱାସ। 7ଏଣୁ ତାହା କେଉଁଠାରୁ ହେଲା, ଏହା ଜାଣି ନାହୁଁ ବୋଲି ସେମାନେ ଉତ୍ତର ଦେଲେ। 8ଯୀଶୁ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 2 ନାଗରିକ ପଞ୍ଜିକାର ଡିସେମ୍ବର 15। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର